ରାଜ୍ୟରେ ୫୦୮୬ ପିଲା ଅଧାରୁ ପାଠଛାଡ଼ିିଛନ୍ତି

ଭୁବନେଶ୍ୱର,୨୩ା୬(ଅନୁରାଧା ମହାରଣା): ଓଡ଼ିଶାରେ ସ୍କୁଲ୍‌ ଡ୍ରପ୍‌ ଆଉଟ ପିଲାଙ୍କ ପରିସଂଖ୍ୟାନ ପ୍ରତିବର୍ଷ ବଢୁଛି। ବର୍ତ୍ତମାନ ଜାତୀୟ ହାର ୧୨ ପ୍ରତିଶତରୁ ଅଧିକ ରହିଥିବାବେଳେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୧୮ହଜାର ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିଲେ। ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ବିଭାଗ ଦ୍ୱାରା କରାଯାଇଥିବା ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସର୍ଭେରେ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୫୦୮୬ ଜଣ ପିଲା ସ୍କୁଲ ଆସୁ ନ ଥିବା ନେଇ ରିପୋର୍ଟ ପ୍ରକାଶ ପାଇଛି। କେନ୍ଦ୍ର ସରକାରଙ୍କ ରିପୋର୍ଟ ପରେ ଓଡ଼ିିଶା ସ୍କୁଲ ଶିକ୍ଷା ପ୍ରାଧିକରଣ (ଓସେପା) ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ରାଜ୍ୟର ସମସ୍ତ ଜିଲାପାଳମାନଙ୍କୁ ଚିଠି ଲେଖିଛନ୍ତି। ଡ୍ରପଆଉଟ ପିଲାଙ୍କୁ ସ୍କୁଲକୁ ଫେରାଇ ଆଣିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
କେନ୍ଦ୍ର ସାମାଜିକ ନ୍ୟାୟ ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ଅନ୍ତର୍ଗତ ଦେଶର ୩୯୮ଟି ଜିଲାର ୫୧୧୮ଟି ଗ୍ରାମରେ ସର୍ଭେ କରାଯାଇଥିଲା। ଏହି ସର୍ଭେରେ ୧.୮୩ ଲକ୍ଷ ପିଲା ଅଧାରୁ ପାଠଛାଡ଼ିଥିବା ନେଇ ତଥ୍ୟ ପ୍ରକାଶ ପାଇଥିଲା। ସେଥିମଧ୍ୟରୁ ଓଡ଼ିଶାର ୭ହଜାର ୬୮୨ ଡ୍ରପ ଆଉଟ ପିଲାଙ୍କ ମଧ୍ୟରୁ ୨୫୯୬ ପିଲା ସ୍କୁଲକୁ ଫେରିଥିବାବେଳେ ୫୦୮୬ଜଣ ସ୍କୁଲ ଆସୁ ନ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ପ୍ରାଥମିକ ଶ୍ରେଣୀରେ ୨ହଜାର ୨୯୯ ପିଲା ଅଧାରୁ ପାଠ ଛାଡ଼ିିଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ୭୯୭ ପିଲା ସ୍କୁଲ ଫେରିଛନ୍ତି। ତଥାପି ବର୍ତ୍ତମାନ ସୁଦ୍ଧା ୩୦ ଜିଲାରୁ ୧୫୦୨ ଜଣ ପିଲା ସ୍କୁଲ ଆସୁନାହାନ୍ତି। ସେହିଭଳି ଅପର-ପ୍ରାଇମେରୀ ବା ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୭୮୦ ପିଲା, ନବମରୁ ଦଶମ ଶ୍ରେଣୀ ମଧ୍ୟରେ ୯୬୫ଜଣ ଏବଂ ଉଚ୍ଚ ମାଧ୍ୟମିକ ବା ଯୁକ୍ତ ୨ରେ ୧୮୩୯ ପିଲା ସ୍କୁଲ ଆସୁ ନ ଥିବା ତଥ୍ୟ ପ୍ରକାଶ ପାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇବା ପରେ ଓସେପା ପକ୍ଷରୁ ଜିଲାପାଳ ଏବଂ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଡ୍ରପ୍‌ଆଉଟ ପିଲାଙ୍କ ସମସ୍ୟା ସମାଧାନ କରି ତୁରନ୍ତ ସ୍କୁଲ ଫେରାଇ ଆଣିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri