ଅଚ୍ୟୁତଙ୍କୁ ୫୦ତମ ଡକ୍ଟରେଟ୍‌ ଡିଗ୍ରୀ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷାବିତ୍‌, ସାମାଜିକ କର୍ମୀ, କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‌ ଡିଗ୍ରୀ ପ୍ରଦାନ କରାଯାଇଛି। ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବରେ ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଜଷ୍ଟିସ ଭି. ଗୋପାଳ ଗୌଡ଼ା, ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଉପସ୍ଥିତିରେ କୁଳାଧିପତି ତଥା ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହି ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ କରିଥିଲେ। ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୫୦ତମ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ। ଏହି ଅବସରରେ ରାଜ୍ୟପାଳ ଡ. ସାମନ୍ତଙ୍କୁ ସମାବର୍ତ୍ତନ ଉତ୍ସବର ‘ଅଗ୍ରଣୀ କିମ୍ବଦନ୍ତୀ’ ଭାବେ ଅଭିହିତ କରିବା ସହ ଜଣେ ଅତି ସାଧାରଣ, ନମ୍ର, କୃତଜ୍ଞ, ସାହସୀ, ଦୃଢ଼, ଉଦାର, ସମଭାବସମ୍ପନ୍ନ, ଶାନ୍ତିର ପ୍ରଚାରକ ବୋଲି କହିଥିଲେ। ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଥିବାରୁ ଡ. ସାମନ୍ତ ଆନନ୍ଦ ପ୍ରକାଶ କରିବା ସହ ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଓ ସିଣ୍ଡିକେଟ୍‌ ସଦସ୍ୟଙ୍କୁ ଧନ୍ୟବାଦ ସହ କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି, ଯେଉଁ ବିଶ୍ୱବିଦ୍ୟାଳୟରେ ମୁଁ ଦିନେ ଛାତ୍ର ଥିଲି ସେହି ବିଶ୍ୱବିଦ୍ୟାଳୟ ପକ୍ଷରୁ ମୋତେ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ କରାଯାଇଥିବାରୁ ମୁଁ ନିଜକୁ ଧନ୍ୟ ମନେକରୁଛି। ଏହା କୌଣସି ବ୍ୟକ୍ତିର ଭାଗ୍ୟରେ ଥିଲେ ହିଁ ସମ୍ଭବ ହୋଇଥାଏ। ଏହାକୁ ମୋ ମାଆଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରୁଛି ବୋଲି ସାମନ୍ତ କହିବା ସହ ଏହା ମୋ ପାଇଁ ଗୌରବର ବିଷୟ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri