୫୧ ଗୃହରକ୍ଷୀଙ୍କୁ ପୁରସ୍କୃତ କଲେ ଏସ୍‌ପି

ଛତ୍ରପୁର, ୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ପଡ଼ିଆରେ ଗୃହରକ୍ଷୀ ବାହିନୀର ୬୦ତମ ପ୍ରତିଷ୍ଠା ଦିବସ ଜିଲା ଗୃହବାହିନୀ ସଂସ୍ଥା ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥିଭାବେ ଯୋଗଦେଇ ଅନୁଷ୍ଠିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ନିଷ୍ଠାପର ସେବା ଦ୍ୱାରା ଜନସାଧାରଣଙ୍କ ଆସ୍ଥା ଭାଜନ ହୋଇ ସର୍ବଦା ପ୍ରଶଂସାର ପାତ୍ର ହେବାକୁ ଗୃହରକ୍ଷୀମାନଙ୍କୁ ଏସ୍‌ପି ଆହ୍ବାନ ଦେଇଥିଲେ । ଗୃହରକ୍ଷୀମାନେ ପ୍ରାକୃତିକ ବିପର୍ଯ୍ୟୟ ଯଥା ବନ୍ୟା, ବାତ୍ୟା, ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଭଳି ସବୁ କ୍ଷେତ୍ରରେ ଉଲ୍ଲେଖନୀୟ କର୍ତ୍ତବ୍ୟ ସମ୍ପାଦକ କରିଆସୁଛନ୍ତି। ଏହି ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଆସିଥିବା ସନ୍ଦେଶ ବାର୍ତ୍ତା ଏସ୍‌ପି ପଠନ କରିଥିଲେ। ଏହି ଅବସରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଗଞ୍ଜାମ ପୋଲିସ ଜିଲାର ୫୧ଜଣ ଗୃହରକ୍ଷୀଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri