Posted inଜାତୀୟ

ଦ୍ୱାଦଶ ପରୀକ୍ଷା ଦେଲେ ୫୧ବର୍ଷୀୟ ଭାଜପା ନେତା

ବରେଲି,୨୭।୨: ଚଳିତ ବର୍ଷର ଉତ୍ତରପ୍ରଦେଶ ବୋର୍ଡ ଦ୍ୱାଦଶ ପରୀକ୍ଷା ଫେବୃଆରୀ ୧୬ତାରିଖରୁ ଆରମ୍ଭ ହୋଇଛି। ଏଭଳିସ୍ଥିତିରେ ବରେଲିର ଏକ ପରୀକ୍ଷା କେନ୍ଦ୍ରରେ ଦେଖିବାକୁ ମିଳିଛି ଏକ ଭିନ୍ନ ଦୃଶ୍ୟ। ୫୧ବର୍ଷୀୟ ବିଥ୍ରି-ଚେନପୁର ବିଧାନସଭାର ପୂର୍ବତନ ବିଧାୟକ ରାଜେଶ ମିଶ୍ରା ଏକ ପ୍ୟାଡ, ହାତରେ ଲାମିନେଟ୍‌ ଆଡ୍‌ମିଟ କାର୍ଡ ଏବଂ ପାଣି ବୋତଲ ଧରି ପରୀକ୍ଷା କେନ୍ଦ୍ର ବାହାରେ ଅପେକ୍ଷା କରିଥିଲେ। ଏପରିକି ପରବର୍ତ୍ତି ସମୟରେ ସେ ଛାତ୍ରୀଛାତ୍ରଙ୍କ ସହ ମିଶି ପରୀକ୍ଷା ଦେଇଛନ୍ତି। ପ୍ରଥମେ ଛାତ୍ରୀଛାତ୍ର ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ। ପରବର୍ତ୍ତୀ ସମୟରେ ଜଣେ ନେତାଙ୍କ ସହ ବସି ପରୀକ୍ଷା ଦେଉଥିବାରୁ ଛାତ୍ରୀଛାତ୍ରମାନେ ଖୁସି ବ୍ୟକ୍ତ କରିଛନ୍ତି।

୨୦୧୭ ବିଧାନସଭା ନିର୍ବାଚନରେ ମିଶ୍ରା ଭାଜପାରୁ ଟିକେଟ ପାଇ ବରେଲିର ବିଥ୍ରି-ଚେନପୁର ନିର୍ବାଚନମଣ୍ଡଳୀରୁ ବିଜୟୀ ହୋଇଥିଲେ। ହେଲେ ଗତ ବର୍ଷ ବିଧାନସଭା ନିର୍ବାଚନରେ ତାଙ୍କୁ ଦଳୀୟ ଟିକେଟ ମିଳି ନ ଥିଲା। ଜନପ୍ରତିନିଧୀ ଭାବେ ତାଙ୍କର ବ୍ୟସ୍ତବହୁଳ କାର୍ଯ୍ୟ ସତ୍ତ୍ୱେ ସେ ତାଙ୍କ ଶିକ୍ଷା ଜାରି ରଖିବାକୁ ସ୍ଥିର କରିଥିଲେ। ରାଜେଶ ଉକ୍ତ ଅଞ୍ଚଳରେ ପପୁ ଭରତୋଲ ନାମରେ ମଧ୍ୟ ବେଶ୍‌ ଜଣାଶୁଣା। ଜଣେ ସାଧାରଣ ପ୍ରତିନିଧୀ ଭାବେ ଆର୍ଥିକ କ୍ଷେତ୍ରରେ ଦୁର୍ବଳ ଲୋକଙ୍କୁ ନ୍ୟାୟ ପ୍ରଦାନ ପାଇଁ ସେ ଓକିଲ ହେବାକୁ ଚାହୁଁଛନ୍ତି ବୋଲି ଭାଜପା ନେତା ରାଜେଶ କହିଛନ୍ତି। ଏଥିସହ ସେ କହିଛନ୍ତି, ପରୀକ୍ଷାରେ ସେ ଉତ୍ତୀର୍ଣ୍ଣ ହେବେ ଏବଂ ରାଜନୀତିରେ ସକ୍ରିୟ ଯୋଗଦାନ ସହିତ ଅଧ୍ୟୟନ ମଧ୍ୟ ଜାରି ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri