Posted inଜାତୀୟ

କଂଗ୍ରେସକୁ ଗୋଟିଏ ବି ଭୋଟ ମିଳି ନ ଥିବା ବୁଥ ଅଧ୍ୟକ୍ଷଙ୍କୁ ମିଳିବ ୫୧ ହଜାର ପୁରସ୍କାର: ବିଜୟଭର୍ଗୀୟ…

ଭୋପାଳ,୭।୧୦ : ମଧ୍ୟପ୍ରଦେଶରେ ଭାରତୀୟ ଜନତା ପାର୍ଟି ନେତା କୈଳାସ ବିଜୟଭର୍ଗୟଙ୍କ ବିବୃତ୍ତି ପୁଣି ଥରେ ଚର୍ଚ୍ଚାରେ ରହିଛି। ସେ କହିଛନ୍ତି ଯଦି କଂଗ୍ରେସ ମତଦାନ କେନ୍ଦ୍ରରେ ଗୋଟିଏ ବି ଭୋଟ ନ ପାଏ ତେବେ ଭାଜପାର ସମ୍ପୃକ୍ତ ବୁଥ ଅଧ୍ୟକ୍ଷଙ୍କୁ ୫୧ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ଭାଜପାକୁ ଆଶୀର୍ବାଦ ଦିଅନ୍ତୁ ଯେଭଳି କଂଗ୍ରେସକୁ ଏଥର ୱାର୍ଡରୁ ଗୋଟିଏ ବି ଭୋଟ ମିଳିବା ଉଚିତ ନୁହେଁ। ତେଣୁ ମୁଁ ପୁରସ୍କାର ଘୋଷଣା କରିଛି।

ଭାରତୀୟ ଜନତା ପାର୍ଟି ଆଗାମୀ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଇନ୍ଦୋର- ୧ ଆସନରୁ ବିଜୟଭର୍ଗୀଙ୍କୁ ପ୍ରାର୍ଥୀ କରିଛି। ସେ ଏବେ ଦଳର ଜାତୀୟ ମହାସଚିବ ଅଛନ୍ତି। ସେ ଇନ୍ଦୋର ଏବଂ ଅନ୍ୟାନ୍ୟ ଆସନରୁ ୬ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଛନ୍ତି। ଦଳ ତାଙ୍କୁ ଟିକେଟ ଦେବା ପରଠାରୁ ତାଙ୍କ ବିବୃତ୍ତି ଚର୍ଚ୍ଚାରେ ରହିଛି। ଏହାପୂର୍ବରୁ ସେ ଟିକେଟ ପାଇ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ ଏବଂ ନିଜକୁ ଜଣେ ବଡ ନେତା ଭାବେ ବର୍ଣ୍ଣନା କରିଥିଲେ।
କାହାର ନାମ ନ ନେଇ ସେ କହିଛନ୍ତି ଆମର ପ୍ରତିଦ୍ୱନ୍ଦ୍ୱୀ ଏହି ଅଞ୍ଚଳର ଲୋକମାନଙ୍କୁ ତାଙ୍କ ପରିବାର ବୋଲି କହି ପ୍ରାୟ ୨ ଲକ୍ଷ ଶାଢି ବଣ୍ଟନ କରିଛନ୍ତି। ତେବେ ଲୋକେ ବୁଝି ବିଚାରି ଭୋଟ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri