ଉପରମୁହାଁ କରୋନା ସଂକ୍ରମଣ: ୫୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ କରୋନା ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୨ ଜଣ ଲୋକାଲ କେସ୍‌ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୯୨୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୩ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, କଟକରୁ ୮୯ଜଣ, ଦେଓଗଡ଼ରୁ ୨ଜଣ, ଗଞ୍ଜାମରୁ ୨ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡ଼ାରୁ ୭ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୩ଜଣ ଚିହତନଟ ହୋଇଥିବା ବେଳେ କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୨୩୭ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜରୁ ୮ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୨୯ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୧୫ଜଣ, ସୁନ୍ଦରଗଡ଼ରୁ ୨୯ଜଣ ସେହିପରି ଷ୍ଟେଟ ପୁଲ୍‌ରୁ ୫୧ଜଣ ରହିଛନ୍ତି ।