ଆଜି ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ତେବେ ଆଜି ୨୧ ଜିଲାରୁ ୫୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ରାଜ୍ୟରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ ୪୯ ଏବଂ କଟକରୁ ୪୦ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳରୁ ୩୬, ବାଲେଶ୍ୱର ୨୬, ବରଗଡ଼ ୨୪, ଭଦ୍ରକ ୬, ବଲାଙ୍ଗୀର ୩୭, ଦେବଗଡ଼ ୧, ଢେଙ୍କାନାଳ ୮, ଗଞ୍ଜାମ ୧୦, ଜଗତସିଂହପୁର ୧୬, ଯାଜପୁର ୧୮, ଝାରସୁଗୁଡ଼ା ୧୬, କଳାହାଣ୍ଡି ୬, କନ୍ଧମାଳ ୪, କେନ୍ଦ୍ରାପଡ଼ା ୧୭, କେନ୍ଦୁଝର ୨୫, କୋରାପୁଟ ୯, ମାଲକାନଗିରି ୪, ନବରଙ୍ଗପୁର ୧, ନୂଆପଡ଼ା ୨୩, ପୁରୀ ୧୫, ରାୟଗଡ଼ା ୧, ସମ୍ବଲପୁର ୧୭ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୮।

ସେହିପରି ଆଜି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଆଜି ମାତ୍ର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣ, ଢେଙ୍ଗାନାଳ ଏବଂ ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚିଥିବା ବେଳେ ୩,୧,୦୫୪୯ ଜଣ ସୁସ୍ଥ ହୋଇଛନ୍ତି। ୫୯୭୧ ଜଣ ଚିକିତ୍ସିତ ହେଉଛନ୍ତି। ୧୭୩୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri