ଆଜି ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। ତେବେ ଆଜି ୨୧ ଜିଲାରୁ ୫୧୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ରାଜ୍ୟରୁ ୪ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ ୪୯ ଏବଂ କଟକରୁ ୪୦ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୋଳରୁ ୩୬, ବାଲେଶ୍ୱର ୨୬, ବରଗଡ଼ ୨୪, ଭଦ୍ରକ ୬, ବଲାଙ୍ଗୀର ୩୭, ଦେବଗଡ଼ ୧, ଢେଙ୍କାନାଳ ୮, ଗଞ୍ଜାମ ୧୦, ଜଗତସିଂହପୁର ୧୬, ଯାଜପୁର ୧୮, ଝାରସୁଗୁଡ଼ା ୧୬, କଳାହାଣ୍ଡି ୬, କନ୍ଧମାଳ ୪, କେନ୍ଦ୍ରାପଡ଼ା ୧୭, କେନ୍ଦୁଝର ୨୫, କୋରାପୁଟ ୯, ମାଲକାନଗିରି ୪, ନବରଙ୍ଗପୁର ୧, ନୂଆପଡ଼ା ୨୩, ପୁରୀ ୧୫, ରାୟଗଡ଼ା ୧, ସମ୍ବଲପୁର ୧୭ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୮।

ସେହିପରି ଆଜି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଆଜି ମାତ୍ର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣ, ଢେଙ୍ଗାନାଳ ଏବଂ ବାଲେଶ୍ୱର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚିଥିବା ବେଳେ ୩,୧,୦୫୪୯ ଜଣ ସୁସ୍ଥ ହୋଇଛନ୍ତି। ୫୯୭୧ ଜଣ ଚିକିତ୍ସିତ ହେଉଛନ୍ତି। ୧୭୩୪ ଜଣଙ୍କ ମୃତ୍ୟୁ ଘଟିଛି।