୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି।

ଏହି ସମୟ ମଧ୍ୟରେ ୩୯୫ ଜଣ ମୃତ ଶ୍ରମିକଙ୍କର ପାର୍ଥିବ ଶରୀରକୁ ସେମାନଙ୍କ ପୈତୃକ ସ୍ଥାନକୁ ଫେରାଇ ଅଣାଯାଇଛି। କଳାହାଣ୍ଡି ଜିଲାର ସର୍ବାଧିକ ୬୦ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହା ପଛକୁ ଗଞ୍ଜାମର ୫୬ ଜଣ, ବଲାଙ୍ଗୀର ୩୮ ଜଣ, ନବରଙ୍ଗପୁର ୩୫ ଜଣ ରହିଛନ୍ତି।

ଚଳିତ ବର୍ଷ ନଭେମ୍ବର ସୁଦ୍ଧା ୧,୧୦୭ ଜଣ ଠିକାଦାରଙ୍କୁ ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ (ନିଯୁକ୍ତି ଏବଂ ସେବା ସର୍ତ୍ତାବଳୀ ନିୟନ୍ତ୍ରଣ) ଅଧିନିୟମ, ୧୯୭୯ ଅନୁଯାୟୀ ଲାଇସେନ୍ସ ପ୍ରଦାନ କରାଯାଇଛି। ଏହି ଲାଇସେନ୍ସ ଅଧୀନରେ ୭୦,୩୬୦ ଶ୍ରମିକଙ୍କୁ ଅନ୍ୟ ରାଜ୍ୟକୁ ଯିବାରେ ସୁବିଧା ଯୋଗାଇ ଦିଆଯାଇଛି।

୨୦୨୫ ମସିହାରେ ବଲାଙ୍ଗୀର ଜିଲାରୁ ସର୍ବାଧିକ ୫,୪୫,୮୧୬ ଜଣ ଶ୍ରମିକ କାମ ପାଇଁ ଅନ୍ୟ ରାଜ୍ୟକୁ ଯାଇଛନ୍ତି, ଯାହା ପରେ ନୂଆପଡ଼ା (୮,୬୫୫), ଗଞ୍ଜାମ (୨,୫୫୩), ବରଗଡ଼ (୧,୪୫୯) ଏବଂ ଢେଙ୍କାନାଳ (୧,୦୬୪) ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?