କୁଲେଇରେ ୫୨ ହାତୀ

ପରଜଙ୍ଗ, ୨୨।୧୨(ଡି.ଏନ.ଏ.): କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ କୁଲେଇ ଗ୍ରାମରେ ହାତୀ ଆତଙ୍କ ଦେଖାଦେଇଛି। ତାଳଚେର ଅଞ୍ଚଳରୁ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ମହାବିରୋଡ ରେଞ୍ଜ୍‌ରେ ପ୍ରବେଶ କରିଥିବା ୫୨ ହାତୀ ଖଳା ମୁହଁା ହୋଇଛନ୍ତି। ଜମିରେ ପ୍ରାୟ ଧାନ କଟା ସରିଯାଇଥିବାବେଳେ ଚାଷୀମାନେ ଖଳାରେ ଫସଲ ସାଇତି ରଖିଛନ୍ତି। ହାତୀପଲ ଏବେ ଖଳା ଉପରେ ନଜର ପକାଇଥିବାରୁ ଚାଷୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି।

ଉକ୍ତ ହାତୀପଲ ବ୍ରାହ୍ମଣୀ ନଦୀ ପାର୍‌ ହୋଇ ପରଜଙ୍ଗ ଏବଂ ତାଳଚେର ଅଞ୍ଚଳକୁ ଯିବାଆସିବା କରୁଛନ୍ତି। ଚାରିଦିନ ତଳେ ସେମାନେ ପରଜଙ୍ଗ ଅଞ୍ଚଳକୁ ଆସିଥିଲେ। ଦିନଟିଏ ରହିବା ପରେ ପୁଣି ଫେରିଯାଇଥିଲେ। ଏବେ ପୁନର୍ବାର ସେମାନେ କୁଲେଇ ଅଞ୍ଚଳରେ ପ୍ରବେଶ କରିଛନ୍ତି। ଜିଏମ୍‌ ଆଇରନ୍‌ ପ୍ଲାଣ୍ଟ ଦେଇ ହାତୀପଲ ଗ୍ରାମ ଭିତରକୁ ପଶିବାକୁ ଉଦ୍ୟମ କରୁଥିବାବେଳେ ରଙ୍ଗଥଳି ବିଟ୍‌ର ହାତୀ ସ୍କ୍ବାଡ୍‌ କର୍ମଚାରୀ ଗ୍ରାମବାସୀଙ୍କ ସହାୟତାରେ ସେମାନଙ୍କୁ କୁଆଳୋ ପଞ୍ଚାୟତ ଆଡ଼କୁ ଘଉଡ଼ାଇ ଦେଇଥିଲେ। ଉକ୍ତ ହାତୀପଲରେ ଏକାଧିକ ଦନ୍ତା ଅଛନ୍ତି। ସେମାନଙ୍କ ଗର୍ଜନରେ ଅଞ୍ଚଳ ଥରହର ହେଉଛି। ହାତୀମାନେ ରାସ୍ତା ଉପରକୁ ଚାଲି ଆସି ଛିଡ଼ା ହୋଇ ରହୁଥିବାରୁ ଯାତାୟାତ ପ୍ରଭାବିତ ହେଉଛି। ରାତିଅଧରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଖଳାରେ ପଶିବାର ଆଶଙ୍କା ରହିଛି। ଫଳରେ ଚାଷୀଙ୍କ ଚିନ୍ତା ବଢ଼ିଯାଇଛି। ଅନ୍ୟପଟେ ବନ କର୍ମଚାରୀମାନେ ହାତୀଙ୍କ ଉପରେ ନଜର ରଖିଛନ୍ତି। ଜିଲା ବନ ବିଭାଗ ଉକ୍ତ ହାତୀଙ୍କୁ ନଦୀ ପାର୍‌ କରାଇବା ଲାଗି ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri