Posted inଜାତୀୟ

ତଥାପି ଯୋଗୀଙ୍କ ସପକ୍ଷରେ ୫୨ ପ୍ରତିଶତ ମତ

ନୂଆଦିଲ୍ଲୀ,୯।୭: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆଗାମୀ ବିଧାନସଭା ନିର୍ବାଚନରେ ବିଜୟୀ ହେବେ ବୋଲି ଦର୍ଶାଇଛି ଆଇଏଏନ୍‌ଏସ-ସିଭୋଟର ସର୍ଭେ। ଏହି ସର୍ଭେରେ ଭାଗ ନେଇଥିବା ୫୨ ପ୍ରତିଶତ ଉତ୍ତରଦାତାଙ୍କ ଅନୁଯାୟୀ, ଯୋଗୀ ନିର୍ବାଚନରେ ବିଜୟୀ ହେବେ। ଅନ୍ୟପକ୍ଷରେ ୩୭ ପ୍ରତିଶତ ଉତ୍ତରଦାତାଙ୍କ ମତରେ ଯୋଗୀ ଆଉ କ୍ଷମତାକୁ ଫେରିପାରିବେ ନାହିଁ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ୨୦୧୭ରେ ବିଧାନସଭା ନିର୍ବାଚନ ଜିତିବା ପରେ ଯୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗାଦିରେ ବସାଇଥିଲା। ଭାଜପାର ସର୍ବାଧିକ ୩୧୨ ବିଧାୟକ ଜିତିଥିଲେ। ସପା ଓ ବିଏସ୍‌ପି ଭାଗରେ ଯଥାକ୍ରମେ ୪୭ ଓ ୧୯ ଆସନ ପଡ଼ିଥିଲା। ମାତ୍ର ୭ଟି ଆସନରେ ସୀମିତ ରହିଥିଲା କଂଗ୍ରେସ। ଏହି ରାଜ୍ୟରେ ବିମାନସଭା ନିର୍ବାଚନ ସମ୍ଭବତଃ ୨୦୨୨ ଫେବୃୟାରୀରେ ହେବାର ଅଛି। ଯୋଗୀଙ୍କ ନେତୃତ୍ୱାଧୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବ ମାର୍ଚ୍ଚ ୧୪ରେ।

କରୋନା ମହାମାରୀର ଦ୍ୱିତୀୟ ଲହରବେଳେ ସାମ୍ନାକୁ ଆସିଥିଲା ୟୁପିରେ ଯୋଗୀଙ୍କ ଶାସନ ବ୍ୟବସ୍ଥା। ମୁଖ୍ୟତଃ ଗଙ୍ଗା ନଦୀରେ ଭାସୁଥିବା ଓ ବିଭିନ୍ନ ସ୍ଥାନରେ ପୋତା ଯାଇଥିବା କୋଭିଡ୍‌ ଆକ୍ରାନ୍ତଙ୍କ ମୃତଦେହ ମିଳିବା ପରେ ରାଜ୍ୟ ସରକାରଙ୍କୁ ବେଶ୍‌ ସମାଲୋଚିତ ହେବାକୁ ପଡ଼ିଥିଲା। ଏହାସତ୍ତ୍ୱେ ୧୨୦୦ ଲୋକଙ୍କୁ ନେଇ ଆଇଏଏନ୍‌ଏସ-ସିଭୋଟର ପକ୍ଷରୁ କରାଯାଇଥିବା ସର୍ଭେରେ ଯୋଗୀ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ବୋଲି ଆକଳନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri