Posted inଜାତୀୟ

୩୬ ଘଣ୍ଟା ପରେ ମିଳିଲା ସିଦ୍ଧାର୍ଥଙ୍କ ମୃତଦେହ

ବେଙ୍ଗାଲୁରୁ,୩୧।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେ’ର ମାଲିକ ଭିି.ଜି. ସିଦ୍ଧାର୍ଥଙ୍କ ମୃତଦେହ ୩୬ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ନେତ୍ରବତୀ ନଦୀରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ସୋମବାରଠାରୁ ୨ ଶହ ପୋଲିସ ଏବଂ ଉଦ୍ଧାରକାରୀ ଦଳ ୨୫ଟି ଡଙ୍ଗାରେ ଖୋଜାଖୋଜି ଜାରି ରଖିଥିଲେ। ସିଦ୍ଧାର୍ଥଙ୍କ ଉପରେ ୭ ହଜାର କୋଟି ଟଙ୍କାର ଋଣ ବୋଝ ଥିବା କୁହାଯାଉଛି। ସେ ସୋମବାର ମାଙ୍ଗାଲୋର୍‌ ଯିବା ବାଟରେ ନେତ୍ରବତୀ ନଦୀ ଉପରେ ଥିବା ଜେପିନା ମୋଙ୍ଗାରୁ ଜାତୀୟ ରାଜପଥ ଉପରେ କାର୍‌ରୁ ଓହ୍ଲାଇଥିଲେ। ସେ ମୋବାଇଲ୍‌ରେ କଥା ହୋଇ ପୋଲ ଉପରେ ଚାଲବୁଲ୍‌ କରୁଥିଲେ। ତେବେ ଅଧଘଣ୍ଟାରୁ ଅଧିକ ସମୟ ବିତିଗଲେ ମଧ୍ୟ ସିଦ୍ଧାର୍ଥ ନ ଫେରିବାରୁ ଡ୍ରାଇଭରଙ୍କର ସନ୍ଦେହ ହୋଇଥିଲା। ସେ ସିଦ୍ଧାର୍ଥଙ୍କ ମୋବାଇଲ୍‌କୁ ଫୋନ୍‌ କରିଥିଲେ। ମୋବାଇଲ୍‌ ସୁଇଚ୍‌ ଅଫ୍‌ ଥିବା ଜଣାପଡ଼ିଥିଲା। ଖୋଜାଖୋଜି କରିବା ସହ ସିଦ୍ଧାର୍ଥଙ୍କ ପରିବାର ସଦସ୍ୟଙ୍କୁ ଏ ସମ୍ପର୍କରେ ଅବଗତ କରାଇଥିଲେ। ଏନେଇ ଦକ୍ଷିଣ କନ୍ନଡ଼ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


All Right Reserved By Dharitri.Com

ଅଟୋରେ ‘ଆଇ ଲଭ୍‌ କେଜରିଓ୍ବାଲ’ ଲେଖା ହୋଇଥିବାରୁ କଟିଲା ଚାଲାଣ: ହାଇକୋର୍ଟ ମାଗିଲେ ଜବାବ

ନୂଆଦିଲ୍ଲୀ,୨୮।୧: ଅଟୋରେ ‘ଆଇ ଲଭ୍‌ କେଜରିଓ୍ବାଲ’ ଷ୍ଟିକର ଲଗାଯିବା ମାମଲାରେ ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଶୁଣାଣି ସମୟରେ କୋର୍ଟ ଦିଲ୍ଲୀ ସରକାର, ଟ୍ରାଫିକ୍‌...

ପୋଲିସ ଗୁଳିରେ ଟଳିଲେ ୫ ମାଓବାଦୀ

ହାଇଦ୍ରାବାଦ,୨୨।୯: ଆନ୍ଧ୍ରପ୍ରଦେଶ ମାଦିଗିମୁଡୁ ଜଙ୍ଗଲରେ ରବିବାର ଗ୍ରେହାଉଣ୍ଡସ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି...

ସ୍ବଚ୍ଛ ଭାରତ ଅଭିଯାନରେ ବାଜି ମାରିଲା ଏମ୍ସ: ମିଳିଲା ୩ କୋଟି ଟଙ୍କା ପୁରସ୍କାର

ନୂଆଦିଲ୍ଲୀ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ‘ସ୍ବଚ୍ଛ ଭାରତ ଅଭିଯାନ’ରେ ପ୍ରଥମ ହୋଇଛି ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)।...

୮ କୋଟିତମ ସିଲିଣ୍ଡର ସଂଯୋଗ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୯: ଉଜ୍ଜ୍ୱଳା ଯୋଜନା ଅଧୀନରେ ଧାର୍ଯ୍ୟ ସମୟ ପୂର୍ବରୁ ୮ କୋଟି ଏଲ୍‌ପିଜି ସଂଯୋଗ ଲକ୍ଷ୍ୟ ପୂରଣ ହୋଇଛି। ଶନିବାର ମହାରାଷ୍ଟ୍ରର ଔରଙ୍ଗାବାଦ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବୀର ଭୂମିରେ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୦।୮: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ରାଜୀବ ଗାନ୍ଧୀଙ୍କ ୭୫ ତମ ଜନ୍ମ ବାର୍ଷିକୀ ଅବସରରେ ମଙ୍ଗଳବାର ବୀରଭୂମିଠାରେ କଂଗ୍ରେସର ମଧ୍ୟକାଳୀନ ଅଧ୍ୟକ୍ଷ ତଥା ରାଜୀବଙ୍କ ସ୍ତ୍ରୀ...

କିଏ ସେହି ସାଲ୍ଲୁମାରଡା ଥିମ୍ମାକ୍କା, ଯାହାଙ୍କୁ ମନେପକାଇଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ପ୍ରଥମ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୋଦି ଗତବର୍ଷ ଭାଇରାଲ ହୋଇଥିବା ଏକ...

ପାର୍ଲାମେଣ୍ଟରେ ସିଏଏ ଝଡ଼

ନୂଆଦିଲ୍ଲୀ,୬ା୨(ପି.ଟି.):  କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବୁଧବାର ପାର୍ଲାମେଣ୍ଟର ଉଭୟ ଗୃହରେ ଝଡ଼ ସୃଷ୍ଟି ହୋଇଛି। ଲୋକ ସଭାରେ ପ୍ରଶ୍ନକାଳରେ କଂଗ୍ରେସ ନେତା...

ମୋଦିଙ୍କ ସମୟରେ ଉତ୍ତରପ୍ରଦେଶରେ ଅଧିକ ହିଂସାକାଣ୍ଡ ଘଟିଛି: ମାୟାବତୀ

ଲକ୍ଷ୍ନୌ,୧୫।୫: କେନ୍ଦ୍ରରେ ମୋଦି ସରକାର ଥିବା ସମୟରେ ଉତ୍ତରପ୍ରଦେଶରେ ଅଧିକ ହିଂସାକାଣ୍ଡ ଘଟିଥିବା ଅଭିଯୋଗ କରିଛନ୍ତି ବିଏସ୍‌ପି ଅଧ୍ୟକ୍ଷା ମାୟାବତୀ। ଏନେଇ ମାୟାବତୀ ବୁଧବାର ସୂଚନା...

Leave a comment

Your email address will not be published. Required fields are marked *