Posted inଜାତୀୟ

ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର ଜୋର୍‌ଦାର

ନୂଆଦିଲ୍ଲୀ,୧୬ା୫: ଲୋକ ସଭା ନିର୍ବାଚନର ଚୂଡାନ୍ତ ପର୍ଯ୍ୟାୟ ମତଦାନ ଆସନ୍ତା ରବିବାର ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପ୍ରଚାର ଜୋରଦାର ହୋଇଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପୂର୍ବରୁ ଭିନ୍ନ ଭିନ୍ନ ସ୍ଥାନରେ ଏକାଧିକ ସଭା ଅନୁଷ୍ଠିତ ହୋଇଥିଲା। ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଅନ୍ତର୍ଗତ ୫୯ଟି ଆସନରେ ଭୋଟଗ୍ରହଣ କରାଯିବ। ଏହିସବୁ ଆସନଗୁଡିକର ଫଳାଫଳ ନିର୍ଣ୍ଣାୟକ ଭୂମିକା ନେବାକୁ ଥିବାରୁ ପ୍ରମୁଖ ଦଳଗୁଡିକ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିହାର ପଲିଗଞ୍ଜରେ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେବା ସହ ଝାଡଖଣ୍ଡର ଦେଓଘର, ପଶ୍ଚିମବଙ୍ଗର ହାସନାବାଦ ଏବଂ ଡାଇମଣ୍ଡ ହାର୍ବର ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଥିଲା। ସେହିପରି ଭାଜପା ଅଧ୍ୟକ୍ଷ ଅମିତ ଶାହା ମଧ୍ୟପ୍ରଦେଶର ଧର୍‌ ଏବଂ ଅଲିରାଜପୁରରେ, ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ, ଯୋଗୀ ଆଦିତ୍ୟନାଥ ଏବଂ ମନୋଜ ତିଓ୍ବାରୀ ବିଭିନ୍ନ ସଭାରେ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଞ୍ଜାବର ଫରିଦକୋଟ ଏବଂ ଲୁଧିଆନା ସଭାକୁ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ଥିବାବେଳେ ଦଳ ସାଧାରଣ ସମ୍ପାଦକ ପ୍ରିୟଙ୍ଗା ଗାନ୍ଧୀ ଭଦ୍ରା ବାରାଣସୀର ଏକ ରୋଡ ଶୋରେ ଭାଗ ନେଇଥିଲେ। ଏହାବ୍ୟତୀତ ଏସପି-ବିଏସ୍‌ପି-ଆର୍‌ଏଲ୍‌ଡି ମେଣ୍ଟ ପକ୍ଷରୁ ଉତ୍ତରପ୍ରଦେଶର ମାଉ ଓ ଦେଓରିଆ ସଭାରେ ଯୋଗଦେବା କାର୍ଯ୍ୟକ୍ରମ ରହିଥିଲା। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର ସମସ୍ତ ୧୩ ଆସନ, ପଶ୍ଚିମବଙ୍ଗର ୯, ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏ, ହିମାଚଳପ୍ରଦେଶର ସମସ୍ତ ୪ ଆସନ, ଝାଡଖଣ୍ଡର ୩ ଏବଂ ଚଣ୍ଡିଗଡ଼ର ଏକମାତ୍ର ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପରେ ୨୩ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ କରାଯିବ। ୧୯ ତାରିଖ ଶେଷ ପର୍ଯ୍ୟାୟ ମତଦାନ ଲାଗି ନିର୍ବାଚନ କମିଶନ ବୁଧବାର ପର୍ଯ୍ୟବେକ୍ଷକ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା ବୈଠକ କରିଥିଲେ।


All Right Reserved By Dharitri.Com

ଭାରତର ଏହି ୫ ସ୍ଥାନରେ ଅଛି ରାବଣ ମନ୍ଦିର

ସମଗ୍ର ଦେଶରେ ଏବେ ଶାରଦ ପୂଜାର ମାହୋଲ। ଚଳଚଞ୍ଚଳ ଗଁାଠୁ ସହର। ବିଭିନ୍ନ ପୂଜା ମଣ୍ଡପଗୁଡ଼ିକ ସୁନ୍ଦର ସୁନ୍ଦର ଆଲୋକମାଳା ଓ ସୁଉଚ୍ଚ ତୋରଣରେ ଝଲସୁଛି।...

ସ୍ଥିର ଅଛି ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୧୦।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଶୁକବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବା...

ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇଲେ ୪ ଗୁଣା ଜରିମାନା

ଲକ୍ଷ୍ନୌ,୧୦।୯: ନୂଆ ଟ୍ରାଫିକ୍‌ ନିୟମ ଅନୁସାରେ ଉତ୍ତରପ୍ରଦେଶ ଲକ୍ଷ୍ନୌରେ ବରମୁଡ଼ା, ଶର୍ଟସ୍‌ ଅବା ଲୁଙ୍ଗି ପିନ୍ଧି ଗାଡ଼ି ଚଳାଇବାକୁ ବାରଣ କରାଯାଉଛି। ଏପରି କରୁଥିବା ଚାଳକଙ୍କୁ...

ଆବଶ୍ୟକ ସଦସ୍ୟ ନ ଥାଇ ବି ସରକାରଙ୍କୁ ଜଗିବେ ସୋନିଆ: ସଂସଦୀୟ ଦଳ ନେତ୍ରୀ ନିର୍ବାଚିତ

ନୂଆଦିଲ୍ଲୀ,୧।୬: କଂଗ୍ରେସର ସଂସଦୀୟ ଦଳ ନେତ୍ରୀ ଭାବେ ପୁଣି ଥରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିର୍ବାଚିତ ହୋଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଶନିବାର ପୂର୍ବାହ୍ନରେ...

୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ନିର୍ଦ୍ଦେଶ

ଡେରାଡୁନ୍‌, ୧୩।୭: ଉତ୍ତରାଖଣ୍ଡର ଋଷିକେଶଠାରେ ଗଙ୍ଗାନଦୀ ଉପରେ ଥିବା ୯୬ ବର୍ଷ ପୁରାତନ ଲକ୍ଷ୍ମଣ ଝୁଲା ଉପରେ ଗମନାଗମନ ବନ୍ଦ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ...

‘୩୭୦ ଉଚ୍ଛେଦ ଜାତୀୟ ପ୍ରସଙ୍ଗ’

ଚେନ୍ନାଇ,୧୨ା୮(ଆଇଏଏନ୍‌ଏସ୍‌) : ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ରାଜନୈତିକ ପ୍ରସଙ୍ଗ ନୁହେଁ ବରଂ ଜାତୀୟ ପ୍ରସଙ୍ଗ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ଏହା...

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ସତ୍ୟପାଠରେ ମିଥ୍ୟା ତଥ୍ୟ ଦେଇଥିବାରୁ ଏବେ ଚାଲିବ ବିଚାର

ମୁମ୍ବାଇ,୧।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କୁ ସୁପ୍ରିମ୍‌କୋର୍ଟରେ ମଙ୍ଗଳବାର ବଡ଼ ଝଟ୍‌କା ମିଳିଛି। ସେ ନିଜ ସତ୍ୟପାଠରେ ମିଥ୍ୟା ତଥ୍ୟ ଦେଇଥିବାରୁ ଜନପ୍ରତିନିଧି ଅଧିନିୟମ ଅନ୍ତର୍ଗତ...

‘ମୋଦିଙ୍କ ସହ ଆଖି ମିଶାଇବାର ସାହସ ମମତାଙ୍କର ନାହିଁ’

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି...

Leave a comment

Your email address will not be published. Required fields are marked *