୫୨କେଜି ନକଲି କୀଟନାଶକ ଔଷଧ ଜବତ

କେସିଙ୍ଗା,୧୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଶ୍ରୀହରିଓମ ସିଡ୍ସ ଓ ଫର୍ଟିଲାଇଜର ଦୋକାନୀ ଉପରେ କୃଷି ବିଭାଗ ପକ୍ଷରୁ ଚଢାଉ କରାଯାଇ ନକଲି କୀଟନାଶକ ଔଷଧ ଜବତ କରାଯାଇଛି। ଟିଟିଲାଗଡ ବ୍ଲକର ଶାଗଣାମୁଣ୍ଡା ଗ୍ରାମର ପ୍ରଶାନ୍ତ ନନ୍ଦ ନାମକ ଜଣେ ଚାଷୀ ଗତ କିଛି ଦିନ ତଳେ ହରିଓମ ସିଡ୍ସ ଓ ଫର୍ଟିଲାଇଜର ଦୋକାନରୁ ଫଟେରା ନାମକ କୀଟନାଶକ ଔଷଧ କିଣିଥିଲେ। କିନ୍ତୁ ଏହି ଔଷଧର ମାନ ଠିକ ନ ଥିବାରୁ କେସିଙ୍ଗା କୃଷି ବିଭାଗରେ ଅଭିଯୋଗ କରିଥିଲେ। କୃଷି ବିଭାଗ ଏହି କୀଟନାଶକ ପ୍ରସ୍ତୁତ କରିଥିବା କମ୍ପାନୀକୁ ଜଣାଇଥିଲେ। ଉକ୍ତ କମ୍ପାନୀ ସମସ୍ତ ଯାଞ୍ଚ କରିଥିଲେ। ଯାଞ୍ଚ ପରେ ଏହା ନକଲି ଥିବା ଜାଣି ଉକ୍ତ ଦୋକାନରେ କେସିଙ୍ଗା ବ୍ଲକ କୃଷି ଅଧିକାରୀ ଘନଶ୍ୟାମ ଦେହୁରୀ, ସହକାରୀ କୃଷି ଅଧିକାରୀ ବିଶ୍ୱନାଥ ମହାପାତ୍ରଙ୍କ ସହିତ ଉକ୍ତ କମ୍ପାନୀର କର୍ମଚାରୀ ଚଢାଉ କରି ୫୨ କେଜି ଫଟେରା କୀଟନାଶକ ଔଷଧ ଜବତ କରିଥିଲେ। ଉକ୍ତ କୀଟନାଶକ ଔଷଧରେ ବାରକୋଡ଼ ନ ଥିବା ବେଳେ ଏହାକୁ ପରୀକ୍ଷା ପାଇଁ ଭୁବନେଶ୍ବର ପଠାଯାଇଛି। କୃଷି ଅଧିକାରୀ ଘନଶ୍ୟାମ ଦେହୁରୀଙ୍କୁ ପଚାରିବାରୁ ନକଲି କୀଟନାଶକ ଔଷଧ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

କମାଲ କଲେ ସନ୍ନି-ପ୍ରୀତି ଯୋଡ଼ି: ଦର୍ଶକଙ୍କୁ ଲୁହରେ ଭିଜାଇଲା ବିଭାଜନର ଯନ୍ତ୍ରଣା

ସ୍ବାଧୀନତା ଦିବସର ବିଶେଷ ଅବସରରେ ନିର୍ଦ୍ଦେଶକ ରାଜକୁମାର ସନ୍ତୋଷୀଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ବଣ୍ଟୱାରା ୧୯୪୭’ ସିନେମା ଘରେ ମୁକ୍ତିଲାଭ କରିଛି। ଭାରତ ବିଭାଜନର କଷ୍ଟକର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri