ନରାକାସର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ)ର ବା ବ୍ୟାଙ୍କ ଭୁବନେଶ୍ବରର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନରାକାସ ଅଧ୍ୟକ୍ଷ ଚନ୍ଦ୍ରଶେଖର ଶର୍ମା ଏବଂ ମୁଖ୍ୟ ମହାପ୍ରବନ୍ଧକ, ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ହୋଇଥିଲା। ଏପରିକି ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ରାଜଭାଷା ବିଭାଗର ପ୍ରତିନିଧି ନିର୍ମଳ କୁମାର ଦୁବେ, ସହାୟକ ନିର୍ଦ୍ଦେଶକ (କାର୍ଯ୍ୟାନ୍ବୟନ)ଙ୍କ ଉପସ୍ଥିତିରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ହୃଦାନନ୍ଦ ପଣ୍ଡା, କ୍ଷେତ୍ରୀୟ ନିର୍ଦ୍ଦେଶକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସି. ଉଦୟ ଭାସ୍କର, ମୁଖ୍ୟ ମହାପ୍ରବନ୍ଧକ, ନାବାର୍ଡ, ମନୋଜ କୁମାର ସିଂହ, ଉପାଧ୍ୟକ୍ଷ ଏବଂ ମଣ୍ଡଳ ବିକାଶ ଅଧିକାରୀ, ଭାରତୀୟ ଷ୍ଟେଟ ବ୍ୟାଙ୍କ ତଥା ଭୁବନେଶ୍ବର ସ୍ଥିତ ସମସ୍ତ ସରକାରୀ ବ୍ୟାଙ୍କ ଏବଂ ବୀମା କମ୍ପାନୀର ଉପ ମହାପ୍ରବନ୍ଧକ, ବରିଷ୍ଠ କାର୍ଯ୍ୟପାଳକ ଏବଂ ରାଜଭାଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମନୋଜ କୁମାର ସିଂହ ସମସ୍ତ ସଦସ୍ୟଙ୍କୁ ସେମାନଙ୍କର ସକ୍ରିୟ ସହଯୋଗ ପାଇଁ ଧନ୍ୟବାଦ ଜଣାଇବା ସହ ଆଜାଦୀର ଅମୃତ ମହୋତ୍ସବ ପରି ଆଗାମୀ ସେପ୍ଟେମ୍ବରରେ ହିନ୍ଦୀର ଅମୃତ ମହୋତ୍ସବ ମନାଇବା ପାଇଁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri