ନରାକାସର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି (ନରାକାସ)ର ବା ବ୍ୟାଙ୍କ ଭୁବନେଶ୍ବରର ୫୨ତମ ଅର୍ଦ୍ଧବାର୍ଷିକ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନରାକାସ ଅଧ୍ୟକ୍ଷ ଚନ୍ଦ୍ରଶେଖର ଶର୍ମା ଏବଂ ମୁଖ୍ୟ ମହାପ୍ରବନ୍ଧକ, ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବରଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ହୋଇଥିଲା। ଏପରିକି ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ରାଜଭାଷା ବିଭାଗର ପ୍ରତିନିଧି ନିର୍ମଳ କୁମାର ଦୁବେ, ସହାୟକ ନିର୍ଦ୍ଦେଶକ (କାର୍ଯ୍ୟାନ୍ବୟନ)ଙ୍କ ଉପସ୍ଥିତିରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ହୃଦାନନ୍ଦ ପଣ୍ଡା, କ୍ଷେତ୍ରୀୟ ନିର୍ଦ୍ଦେଶକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସି. ଉଦୟ ଭାସ୍କର, ମୁଖ୍ୟ ମହାପ୍ରବନ୍ଧକ, ନାବାର୍ଡ, ମନୋଜ କୁମାର ସିଂହ, ଉପାଧ୍ୟକ୍ଷ ଏବଂ ମଣ୍ଡଳ ବିକାଶ ଅଧିକାରୀ, ଭାରତୀୟ ଷ୍ଟେଟ ବ୍ୟାଙ୍କ ତଥା ଭୁବନେଶ୍ବର ସ୍ଥିତ ସମସ୍ତ ସରକାରୀ ବ୍ୟାଙ୍କ ଏବଂ ବୀମା କମ୍ପାନୀର ଉପ ମହାପ୍ରବନ୍ଧକ, ବରିଷ୍ଠ କାର୍ଯ୍ୟପାଳକ ଏବଂ ରାଜଭାଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମନୋଜ କୁମାର ସିଂହ ସମସ୍ତ ସଦସ୍ୟଙ୍କୁ ସେମାନଙ୍କର ସକ୍ରିୟ ସହଯୋଗ ପାଇଁ ଧନ୍ୟବାଦ ଜଣାଇବା ସହ ଆଜାଦୀର ଅମୃତ ମହୋତ୍ସବ ପରି ଆଗାମୀ ସେପ୍ଟେମ୍ବରରେ ହିନ୍ଦୀର ଅମୃତ ମହୋତ୍ସବ ମନାଇବା ପାଇଁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri