୫୩୧ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିଛନ୍ତି। ତନ୍ମଧ୍ୟରେ ଢେଙ୍କାନାଳ ଜିଲାର ୧୦୫, ଗଞ୍ଜାମର ୨୩୦, କନ୍ଧମାଳର ୭୩, ନବରଙ୍ଗପୁରର ୭୩ ଏବଂ ଅନୁଗୋଳ ଜିଲାର ୫୦ ହାଇସ୍କୁଲ ରହିଛି। ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି। ବ୍ୟକ୍ତିତ୍ୱ ବିକାଶରେ ସହାୟକ ହେଉଛି। ପ୍ରତ୍ୟେକ ପିଲା ସ୍ବତନ୍ତ୍ର। ସେମାନଙ୍କ ମଧ୍ୟରେ ଭରିରହିଛି ବିପୁଳ ସମ୍ଭାବନା। ପିଲାମାନଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ସ୍କୁଲ ରୂପାନ୍ତରଣ ଏହି ସ୍ବପ୍ନରେ ଡେଣା ଯୋଡ଼ିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ରୂପାନ୍ତର ଆଣିଥାଏ। ଜୀବନର ଏହି ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍‌ ଭାବେ ଉପଯୋଗ କରିବା ସହ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଢେଙ୍କାନାଳରୁ ତ୍ରିଶା ପ୍ରିୟଦର୍ଶିନୀ, ଗଞ୍ଜାମରୁ ଅର୍ପିତା ଚୌଧୁରୀ, କନ୍ଧମାଳରୁ ସୋନାଲି କହଁର, ଅନୁଗୋଳରୁ ବିଷ୍ଣୁ ପ୍ରସାଦ ଚଇନି ପ୍ରମୁଖ ଛାତ୍ରୀଛାତ୍ର ସ୍କୁଲ ରୂପାନ୍ତର ସମ୍ପର୍କିତ ସେମାନଙ୍କ ଅନୁଭୂତି ବର୍ଣ୍ଣନା କରିଥିଲେ। ବିଦ୍ୟାଳୟ ରୂପାନ୍ତରଣ ଛାତ୍ରୀଛାତ୍ରଙ୍କ ପାଇଁ ବରଦାନ। ଏହା ପାଠପଢ଼ା ସହ କ୍ରୀଡ଼ାର ବିକାଶ ଲାଗି ସୁଯୋଗ ଆଣିଛି ବୋଲି ସେମାନେ ମତ ଦେଇଛନ୍ତି। ଏହି ଅବସରରେ ନବରଙ୍ଗପୁରର ଛାତ୍ରୀ ଜୁଇସ ସୁନା ଗମନାଗମନରେ ଭୋଗୁଥିବା ଅସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ଅଧିକ ହଷ୍ଟେଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭର୍ଚୁଆଲ୍‌ ମୋଡ୍‌ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍ଥାନରୁ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପ୍ରଫୁଲ୍ଲ ମଲ୍ଲିକ, ଉପବାଚସ୍ପତି ରଜନୀକାନ୍ତ ସିଂ, ବିଧାୟକ ଅଙ୍ଗଦ କହଁର, ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଯୋଡ଼ିହୋଇ ମୁଖ୍ୟମନ୍ତ୍ରୀଙ୍କ ଏଭଳି ଦୂରଦର୍ଶୀ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅଶୋକ ମୀନା, ଏସ୍‌ସି/ଏସ୍‌ଟି ଉନ୍ନୟନ ବିଭାଗ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରାଙ୍କ ସମେତ ବହୁ ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri