Posted inଜାତୀୟ

ଅଟ୍ଟାରୀ ଦେଇ ଫେରିଲେଣି ୫୩୭ ପାକିସ୍ତାନୀ

ନୂଆଦିଲ୍ଲୀ,୨୮ା୪: ପହଲଗାମ୍‌ ଆକ୍ରମଣ ପରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ି ଚାଲିଯିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ତଦନୁଯାୟୀ ୨୪ରୁ ଅଦ୍ୟାବଧି ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୫୩୭ ପାକିସ୍ତାନୀ ନାଗରିକ ଭାରତ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୯ ଜଣ କୂଟନୀତିଜ୍ଞ ରହିଛନ୍ତି। ମା’ଙ୍କୁ ଛାଡ଼ି ପିଲାଙ୍କୁ ପାକିସ୍ତାନ ଫେରିଯିବାକୁ ହେଉଥିବାରୁ ସୀମାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ଆକ୍ରମଣକୁ ନେଇ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବାବେଳେ ଭାରତରେ ରହିଥିବା ପାକିସ୍ତାନୀଙ୍କ ଭିଜା ରଦ୍ଦ କରାଯାଇଥିଲା। ସାର୍କ ଭିଜାଧାରୀଙ୍କ ପାଇଁ ସମୟସୀମା ଏପ୍ରିଲ ୨୬ ରଖାଯାଇଥିଲାବେଳେ ମେଡିକାଲ ଭିଜାଧାରୀଙ୍କ ପାଇଁ ଏହା ଏପ୍ରିଲ ୨୯ ରହିଛି। ୧୨ ପ୍ରକାରର ସ୍ବଳ୍ପମିଆଦୀ ଭିଜାଧାରୀଙ୍କୁ ରବିବାର ସୁଦ୍ଧା ଦେଶ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏହା ପରେ ଯେଉଁମାନେ ରହିବେ, ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଯେଉଁମାନେ ଦୀର୍ଘମିଆଦୀ ବା କୂଟନୈତିକ ଭିଜା ପାଇଛନ୍ତି, ସେମାନଙ୍କୁ ‘ଭାରତ ଛାଡ଼’ ନିର୍ଦ୍ଦେଶନାମାରୁ ବାଦ୍‌ ଦିଆଯାଇଛି। ତଦନୁଯାୟୀ ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୨୫ ତାରିଖରେ ୧୯୧ ଜଣ ଏବଂ ୨୬ରେ ୮୧ ଜଣ ପାକିସ୍ତାନୀ ଭାରତ ଛାଡ଼ିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ପାକିସ୍ତାନରୁ ୧୪ ଜଣ କୂଟନୀତିଜ୍ଞ ଓ ଅଫିସରଙ୍କ ସମେତ ୮୫୦ ଜଣ ଭାରତୀୟ ଅନ୍ତର୍ଜାତୀୟ ସୀମା ଦେଇ ପାକିସ୍ତାନରୁ ପଳାଇଆସିଲେଣି।
ପଞ୍ଜାବ ସୀମା ଦେଇ ୧୧ ବର୍ଷୀୟ ଜୈନାବ ଏବଂ ୮ ବର୍ଷୀୟା ଜେନିଶଙ୍କୁ ପାକିସ୍ତାନ ପଠାଇଦିଆଯାଇଛି। ସେମାନେ ଦିଲ୍ଲୀରେ ସେମାନଙ୍କ ମାଆଙ୍କୁ ଛାଡ଼ି ଯାଉଥିବାରୁ ଦୁଃଖରେ ଭାଙ୍ଗିପଡ଼ିଥିବା ଦେଖାଯାଇଥିଲା। ମା’ଙ୍କୁ ଛାଡ଼ି ଯିବା ବହୁତ କଷ୍ଟ ବୋଲି ଜୈନାବ ଗଣମାଧ୍ୟମକୁ କାନ୍ଦିକାନ୍ଦି କହୁଥିବା ଦେଖାଯାଇଛି। ସେହିପରି ପାକିସ୍ତାନୀ ନାଗରିକ ସରିତା କନଓ୍ବେରଙ୍କୁ ତାଙ୍କ ଭାରତୀୟ ନାଗରିକ ମା’ ପ୍ରିୟା କନଓ୍ବେରଙ୍କୁ ଛାଡ଼ିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri