Posted inଜାତୀୟ

ଅଟ୍ଟାରୀ ଦେଇ ଫେରିଲେଣି ୫୩୭ ପାକିସ୍ତାନୀ

ନୂଆଦିଲ୍ଲୀ,୨୮ା୪: ପହଲଗାମ୍‌ ଆକ୍ରମଣ ପରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ି ଚାଲିଯିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ତଦନୁଯାୟୀ ୨୪ରୁ ଅଦ୍ୟାବଧି ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୫୩୭ ପାକିସ୍ତାନୀ ନାଗରିକ ଭାରତ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୯ ଜଣ କୂଟନୀତିଜ୍ଞ ରହିଛନ୍ତି। ମା’ଙ୍କୁ ଛାଡ଼ି ପିଲାଙ୍କୁ ପାକିସ୍ତାନ ଫେରିଯିବାକୁ ହେଉଥିବାରୁ ସୀମାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।
ଆକ୍ରମଣକୁ ନେଇ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବାବେଳେ ଭାରତରେ ରହିଥିବା ପାକିସ୍ତାନୀଙ୍କ ଭିଜା ରଦ୍ଦ କରାଯାଇଥିଲା। ସାର୍କ ଭିଜାଧାରୀଙ୍କ ପାଇଁ ସମୟସୀମା ଏପ୍ରିଲ ୨୬ ରଖାଯାଇଥିଲାବେଳେ ମେଡିକାଲ ଭିଜାଧାରୀଙ୍କ ପାଇଁ ଏହା ଏପ୍ରିଲ ୨୯ ରହିଛି। ୧୨ ପ୍ରକାରର ସ୍ବଳ୍ପମିଆଦୀ ଭିଜାଧାରୀଙ୍କୁ ରବିବାର ସୁଦ୍ଧା ଦେଶ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏହା ପରେ ଯେଉଁମାନେ ରହିବେ, ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ଯେଉଁମାନେ ଦୀର୍ଘମିଆଦୀ ବା କୂଟନୈତିକ ଭିଜା ପାଇଛନ୍ତି, ସେମାନଙ୍କୁ ‘ଭାରତ ଛାଡ଼’ ନିର୍ଦ୍ଦେଶନାମାରୁ ବାଦ୍‌ ଦିଆଯାଇଛି। ତଦନୁଯାୟୀ ଅଟ୍ଟାରୀ-ଓ୍ବାଘା ସୀମା ଦେଇ ୨୫ ତାରିଖରେ ୧୯୧ ଜଣ ଏବଂ ୨୬ରେ ୮୧ ଜଣ ପାକିସ୍ତାନୀ ଭାରତ ଛାଡ଼ିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ପାକିସ୍ତାନରୁ ୧୪ ଜଣ କୂଟନୀତିଜ୍ଞ ଓ ଅଫିସରଙ୍କ ସମେତ ୮୫୦ ଜଣ ଭାରତୀୟ ଅନ୍ତର୍ଜାତୀୟ ସୀମା ଦେଇ ପାକିସ୍ତାନରୁ ପଳାଇଆସିଲେଣି।
ପଞ୍ଜାବ ସୀମା ଦେଇ ୧୧ ବର୍ଷୀୟ ଜୈନାବ ଏବଂ ୮ ବର୍ଷୀୟା ଜେନିଶଙ୍କୁ ପାକିସ୍ତାନ ପଠାଇଦିଆଯାଇଛି। ସେମାନେ ଦିଲ୍ଲୀରେ ସେମାନଙ୍କ ମାଆଙ୍କୁ ଛାଡ଼ି ଯାଉଥିବାରୁ ଦୁଃଖରେ ଭାଙ୍ଗିପଡ଼ିଥିବା ଦେଖାଯାଇଥିଲା। ମା’ଙ୍କୁ ଛାଡ଼ି ଯିବା ବହୁତ କଷ୍ଟ ବୋଲି ଜୈନାବ ଗଣମାଧ୍ୟମକୁ କାନ୍ଦିକାନ୍ଦି କହୁଥିବା ଦେଖାଯାଇଛି। ସେହିପରି ପାକିସ୍ତାନୀ ନାଗରିକ ସରିତା କନଓ୍ବେରଙ୍କୁ ତାଙ୍କ ଭାରତୀୟ ନାଗରିକ ମା’ ପ୍ରିୟା କନଓ୍ବେରଙ୍କୁ ଛାଡ଼ିବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri