ବିବାହ ଭୋଜି ଖାଇ ୫୪ ଅସୁସ୍ଥ, ୩ ଗୁରୁତର

ପଟ୍ଟାମୁଣ୍ଡାଇ,୨୨।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗାଁର ଏକ ବରଯାତ୍ରୀ ଦଳ ଶନିବାର ରାତିରେ ରାଜନଗର କେରାଡାଗଡ ଗାଁକୁ ଯାଇଥିଲେ। ସେଠାରେ ଭୋଜିଖାଇ ରାତିରେ ଘରକୁ ଫେରିଥିଲେ। ହେଲେ ରବିବାର ସକାଳୁ ଖାଦ୍ୟ ବିଷକ୍ରିୟା ଯୋଗୁ ଅଧିକାଂଶ ବରଯାତ୍ରୀ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ତୁରନ୍ତ ଗାଁର କେତେଜଣ ଯୁବକଙ୍କୁ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେମାନଙ୍କ ଚିକିତ୍ସା କରିବା ସହ ସାଲାଇନ୍‌ ଓ ଔଷଧ ପ୍ରଦାନ କରିଥିଲେ। ଡାକ୍ତରଖାନା ସୂତ୍ରରୁ ଜଣାପଡିଛି ଗାଁର ୫୭ ଜଣ ଅସୁସ୍ଥ ହୋଇ ଚିକିତ୍ସା ଲାଗି ଆସିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ରକ୍ତବାନ୍ତି କରି ଗୁରୁତର ହୋଇପଡିଥିଲେ। ସେମାନେ ହେଲେ ଶଙ୍ଖଦତ୍ତ ମଳିକ(୨୫), ପ୍ରତୀକ ମଳିକ (୩୦) ଓ ବାୟା ମଳିକ (୨୫)। ଡାକ୍ତର ସେମାନଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଧିକ ଚିକିତ୍ସା ପାଇଁ ପଠାଇ ଦେଇଥିଲେ। ଅନ୍ୟ ଆକ୍ରାନ୍ତଙ୍କ ମଧ୍ୟରେ ପ୍ରମୋଦିନୀ ମଳିକ (୧୮), ରିଙ୍କି ମଳିକ (୧୪), ମଣ୍ଟୁ ମଳିକ (୨୩), ଚିଣ୍ଟୁ ମଳିକ(୧୮), ରମାକାନ୍ତ ମଳିକ (୬୦), ଆନନ୍ଦ ମଳିକ (୧୮), ଜୟଶ୍ରୀ ମଳିକ (୨୩), ଗଣେଶ ମଳିକ (୫୦), ଅନିଲ ମଳିକ (୧୫), ପ୍ରଦୀପ ମଳିକ (୨୩), ବଳରାମ ମଳିକ(୨୧), ପ୍ରକାଶ ମଳିକ(୨୧), ଦିଲ୍ଲୀପ ମଳିକ ପ୍ରମୁଖ ସୁସ୍ଥ ହେଲା ପରେ ଘରକୁ ଛାଡି ଦିଆଯାଇଛି। ବିବାହ ଭୋଜିଖାଇ ଖାଦ୍ୟ ବିଷକ୍ରିୟା ଯୋଗୁ ଝାଡାବାନ୍ତି ହୋଇଛି ବୋଲି ଡାକ୍ତର ଚନ୍ଦ୍ରଶେଖର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri