Posted inଜାତୀୟ

୭୨ ଘଣ୍ଟାରେ ୫୪ ଜଣଙ୍କ ମୃତ୍ୟୁ, ୪୦୦ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ/ଲକ୍ଷ୍ନୌ,୧୮।୬: ବିଗତ କିଛିଦିନ ହେଲା ଦେଶର ଚାରିଆଡ଼େ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଲାଗି ରହିଛି। ଫଳରେ ଲୋକେ ସକାଳ ୮ଟାରୁ ଗରମରେ ଆଉଟୁପାଉଟୁ ହେଉଛନ୍ତି। ଏଭଳି ସ୍ଥିତିରେ ଚିନ୍ତା ବଢାଉଛି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ।

୩ ଦିନ ମଧ୍ୟରେ ଉତ୍ତରପ୍ରଦେଶର ବାଲିଆ ଜିଲା ଡାକ୍ତରଖାନାରେ ୫୪ଜଣଙ୍କ ମୃତ୍ୟୁ ଘଟିଛି। ଏପରିକି ପ୍ରାୟ ୪୦୦ ଲୋକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ଡାକ୍ତରଙ୍କ କହିବା ମୁତାବକ, ଯଦିଓ ଲୋକଙ୍କ ମୃତ୍ୟୁର ବିଭିନ୍ନ କାରଣ ରହିଛି। ହେଲେ ବର୍ତ୍ତମାନ ପ୍ରବଳ ଗରମ ଜାରି ରହିଛି। ଏଭଳି ସ୍ଥିତିରେ ଏହା ଅଂଶୁଘାତ ଜନିତ ମୃତ୍ୟୁ ମଧ୍ୟ ଏକ କାରଣ ହୋଇପାରେ। ଉତ୍ତରପ୍ରଦେଶର ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପ୍ରବଳ ଗରମ ଅନୁଭୁତ ହେଉଛି। ଅନ୍ୟପକ୍ଷେ ରୋଗୀଙ୍କୁ ଜ୍ୱର, ଶ୍ୱାସକ୍ରିୟାରେ ଅସୁବିଧା ଏବଂ ଅନ୍ୟାନ୍ୟ ସମସ୍ୟାରେ ଡାକ୍ତରଖାନାରେ ଭର୍ତ୍ତି ହେଉଥିବା ରୋଗୀଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଡାକ୍ତରଖାନା ପକ୍ଷରୁ କର୍ମଚାରୀଙ୍କୁ ସତର୍କ କରି ଦିଆଯାଇଛି।

ଆଜମ୍‌ଗଡ଼ ସର୍କଲ ଅତିରିକ୍ତ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ. ବି.ପି ତିୱାରୀ କହିଛନ୍ତି, ରୋଗୀଙ୍କୁ ଅଧିକ ଚିକିତ୍ସା ପାଇ ଲକ୍ଷ୍ନୌରୁ ଏକ ଡାକ୍ତରୀ ଟିମ୍‌ ଆସୁଛନ୍ତି। ଏପରିକି ଅତ୍ୟଧିକ ଗରମ କିମ୍ବା ଅତ୍ୟଧିକ ଥଣ୍ଡା ଅନୁଭୂତ ହେବା ଦ୍ୱାରା ଶ୍ୱାସ ରୋଗୀ, ମଧୁମେହ ଏବଂ ରକ୍ତଚାପରେ ଆକ୍ରାନ୍ତ ଥିବା ରୋଗୀଙ୍କ ସ୍ବାସ୍ଥ୍ୟପ୍ରତି ବିପଦ ସୃଷ୍ଟି କରିଥାଏ। ଏଥିପ୍ରତି ଲୋକଙ୍କୁ ସଜାଗ ରହିବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି।

ଉତ୍ତରପ୍ରଦେଶ ସ୍ବାସ୍ଥ୍ୟମନ୍ତ୍ରୀ ବ୍ରଜେଶ ପାଠକ କହିଛନ୍ତି, ବାଲିଆରେ ଘଟିଥିବା ମୃତ୍ୟୁ ଘଟଣାକୁ ସରକାର ଗୁରୁତର ସହ ନେଇଛନ୍ତି। ଏପରିକି ସେ ବ୍ୟକ୍ତିଗତ ଭାବେ ପରିସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି। ନିର୍ଦ୍ଦେଶକ ସ୍ତରର ଦୁଇଜଣ ବରିଷ୍ଠ ଡାକ୍ତରଙ୍କୁ ଘଟଣାସ୍ଥଳକୁ ପଠାଯାଇଛି। ସେମାନେ ଖୁବ ଶୀଘ୍ର ପରିସ୍ଥିତିର ଅନୁଧ୍ୟାନ କରି ପ୍ରଶାସନକୁ ଅବଗତ କରାଇବେ। ଅନ୍ୟପକ୍ଷେ ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଡ. ଦୀପକ ସିଂଙ୍କୁ ପଦରୁ ହଟାଇ ଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri