୫୪ ଗ୍ରାମ ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଆନନ୍ଦପୁର,୨।୩(ସ୍ବ.ପ୍ର.): ସମ୍ବଲପୁର ଅବକାରୀ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ ଗୁରୁବାର ୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏହିସହ ନନ୍ଦିପଦା ଥାନା ଓରାଳିଠାରୁ ଜଣେ ଯୁବକକୁ ଗିରଫ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫ ଲକ୍ଷ ୪୦ ହଜାର ଟଙ୍କା ହେବ ବୋଲି ସୂଚନା ମିଳିଛି। ଗିରଫ ଅଭିଯୁକ୍ତ ଭଦ୍ରକ ଥାନା ଅପର୍ତ୍ତିବିନ୍ଧା ଅଞ୍ଚଳର ସନ୍ତୋଷ ବାରିକଙ୍କ ପଅ ରବିନ୍ଦ୍ର କୁମାର ବାରିକ(୨୦)। ଅଭିଯୁକ୍ତ ଓରାଳି ନିକଟରେ ଚାଲି ଚାଲି ଯାଉଥିବା ସମୟରେ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତକୁ ଆନନ୍ଦପୁର କୋର୍ଟରେ ହଜାର କରାଯାଇଥିଲା। ପରେ ସ୍ବତନ୍ତ୍ର ସରକାରୀ ଆଇନଜୀବୀ ବାଇଧର ସେଠୀଙ୍କ ଯୁକ୍ତି ବଳରେ ଅଭିଯୁକ୍ତଙ୍କୁ ୧୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri