ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ ଛାତ୍ର ଗୁରୁନାଥ ମୁଦୁଲିଙ୍କ ମୃତଦେହ ଜବତ ପରେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି।

ଘଟଣା ପରେ ହଷ୍ଟେଲରେ ରହୁଥିବା ୨୪୮ ଛାତ୍ରଙ୍କ ମଧ୍ୟରୁ ୫୪ ଜଣଙ୍କୁ ପରିବାର ଲୋକେ ଘରକୁ ନେଇଯାଇଛନ୍ତି। ପରିସ୍ଥିତି ସ୍ବାଭାବିକ ହେବା ପରେ ପିଲାମାନଙ୍କୁ ପୁଣି ବିଦ୍ୟାଳୟକୁ ଛାଡ଼ିବେ ବୋଲି ଅଭିଭାବକମାନେ କହିଛନ୍ତି। ଏହାକୁ ନେଇ ବିଦ୍ୟାଳୟ ପରିସରରେ ଭୟର ବାତାବରଣ ଲାଗି ରହିଛି। ଘଟଣାର ପ୍ରାଥମିକ ତଦନ୍ତ ପରେ ଛାତ୍ରୀଛାତ୍ରଙ୍କ ପ୍ରତି ଅଣଦେଖା ଅଭିଯୋଗରେ ବିଦ୍ୟାଳୟର ଭାରପ୍ରାପ୍ତ ଶିକ୍ଷକ ମନୋଜ କୁମାର ଖଣ୍ଡାୟତ ରାୟଙ୍କୁ ସସ୍‌ପେଣ୍ଡ କରାଯାଇଛି। ସସ୍ପେନ୍ସନ ଲେଟର ନମ୍ବର ୩୮୭୮/୨୭-୨୦୨୬ ଅନୁଯାୟୀ ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜିଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡିଙ୍କ ସୂଚନାନୁଯାୟୀ, ପ୍ରାଥମିକ ତଦନ୍ତରେ ଅଣଦେଖା ଅଭିଯୋଗ ଆସିବା ପରେ ଭାରପ୍ରାପ୍ତ ଶିକ୍ଷକଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏହାସହ ପ୍ରଧାନଶିକ୍ଷକଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲା ପ୍ରଶାସନକୁ ସୁପାରିସ କରାଯାଇଥିବା ସେ କହିଛନ୍ତି।

ଅନ୍ୟପକ୍ଷରେ ଘଟଣାର ତଦନ୍ତ ପାଇଁ ଜିଲା ଶିଶୁ ମଙ୍ଗଳ ସମିତିର ୩ ଜଣିଆ ଟିମ୍‌ ବିଦ୍ୟାଳୟରେ ପହଞ୍ଚି ଯାଞ୍ଚ କରିଛନ୍ତି। ଅଧ୍ୟକ୍ଷା ଡ. ଗାୟତ୍ରୀ ଦେବୀଙ୍କ ନେତୃତ୍ୱରେ ଟିମ୍‌ ବିଦ୍ୟାଳୟର ବିଭିନ୍ନ ଦିଗ ଯାଞ୍ଚକରିବା ସହ ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା କରିଛନ୍ତି। ଛାତ୍ରଙ୍କ ମୃତ୍ୟୁ କେଉଁ ପରିସ୍ଥିତିରେ ଘଟିଲା ଏବଂ ଏଥିରେ କାହାର ଅବହେଳା ରହିଛି, ତାହା ନେଇ ତଦନ୍ତ କରାଯାଉଛି। ତଦନ୍ତ ରିପୋର୍ଟ ଜିଲା ପ୍ରଶାସନକୁ ପ୍ରଦାନ କରାଯିବ। ଛାତ୍ର ମୃତ୍ୟୁ ଖବର ପରେ ଦୂରଦୂରାନ୍ତ ଅଞ୍ଚଳରୁ ଅଭିଭାବକମାନେ ବିଦ୍ୟାଳୟରେ ପହଞ୍ଚି ପିଲାଙ୍କ ସୁରକ୍ଷା ସମ୍ପର୍କରେ ଖବର ନେଇଥିଲେ। ଭୟ ଓ ଆଶଙ୍କା ମଧ୍ୟରେ ୫୪ ଜଣ ଛାତ୍ରଙ୍କୁ ପରିବାର ଲୋକେ ଘରକୁ ନେଇଯିବା ଘଟଣା ବିଦ୍ୟାଳୟର ସୁରକ୍ଷା ବ୍ୟବସ୍ଥା ନେଇ ଗୁରୁତର ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri