୫୪ ଶିକ୍ଷକ, କର୍ମଚାରୀଙ୍କ ଦରମା ବନ୍ଦ

ଢେଙ୍କାନାଳ ଅଫିସ,୨୪।୫ ନିର୍ଦ୍ଧାରିତ ସମୟ ଅନୁଯାୟୀ ସ୍କୁଲରେ ପହଞ୍ଚି ନ ଥିବାରୁ ଢେଙ୍କାନାଳ ଜିଲାର ୫୪ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବନ୍ଦ କରାଯାଇଛି। ଏହି ଘଟଣା ଜଣାପଡ଼ିବା ପରେ ଶିକ୍ଷକ ଓ କର୍ମଚାରୀ ମହଲରେ ଛନକା ପଶିଯାଇଛି।
ପ୍ରକାଶ ଯେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଢେଙ୍କାନାଳ ଜିଲା ଶିକ୍ଷା ଅଧିକାରୀ ନିବେଦିତା ପାଣି ଏବଂ ଜିଲାର ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ସହାୟକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ମିଳିତ ତତ୍ତ୍ୱାବଧାନରେ ବିଭିନ୍ନ ସ୍କୁଲରେ ଯାଞ୍ଚ କରାଯାଇଥିଲା। ଗତ ୨୧ ତାରିଖରେ ଯାଞ୍ଚ ବେଳେ ସକାଳ ୬ଟା ପୂର୍ବରୁ ବିଭିନ୍ନ ବିଦ୍ୟାଳୟର ୪୧ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଓ ଅଣ ଶିକ୍ଷକ ସ୍କୁଲରେ ପହଞ୍ଚି ନ ଥିବା ଦେଖାଯାଇଥିଲା। ଫଳରେ ସେମାନଙ୍କ ଦରମା ବନ୍ଦ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ସୋମବାର ସଦର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ ବେଳେ ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଠିକ୍‌ ସମୟରେ ପହଞ୍ଚି ନ ଥିବା ଜଣାପଡ଼ିଥିଲା।
ଫଳରେ ସେମାନଙ୍କ ଦରମା ବନ୍ଦ କରାଯିବା ସହିତ କିଛି ଅଣ ଶିକ୍ଷକ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏହି ଚଢ଼ାଉ ଫଳରେ ଅନ୍ୟ ବିଦ୍ୟାଳୟର କର୍ମଚାରୀମାନେ ସଚେତନ ହେବା ସହିତ ସକାଳ ୬ଟା ପୂର୍ବରୁ ଉପସ୍ଥିତ ରହି ପୂର୍ବବର୍ଷ ପାଠ୍ୟକ୍ରମର ଶିକ୍ଷା ସଂଶୋଧନ କାର୍ଯ୍ୟକ୍ରମ ସଫଳ ରୂପାୟନ କରିପାରିବେ ବୋଲି ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରୀଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?