ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସମସ୍ୟା ଜଣାଇଲେ ଏମ୍‌ପି

ଆସିକା,୩।୮(ଡି.ଏନ୍‌.ଏ)ଆସିକା ଏମ୍‌ପି ପ୍ରମିଳା ବିଷୋୟୀ ନିଜ ଲୋକ ସଭା ନିର୍ବାଚନ ମଣ୍ଡଳୀର କେତେକ ସମସ୍ୟା କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ବେଳେ ଆସିକା ସଂସଦୀୟ କ୍ଷେତ୍ରର ଜନସାଧାରଣଙ୍କ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିବା ଏମ୍‌ପି ପ୍ରତିନିଧି ତଥା ପୂର୍ବତନ ଗଞ୍ଜାମ ଜିଲା ଅଧ୍ୟକ୍ଷ ସୁରତ ପ୍ରଧାନ ସୂଚନା ଦେଇଛନ୍ତି।
ଏମ୍‌ପି ବିଷୋୟୀ ଶୁକ୍ରବାର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିଆଲ ନିଶାଙ୍କଙ୍କୁ ପତ୍ର ଲେଖି ସୋରଡା ଓ ପୋଲସରା ଠାରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ଲାଗି ନିବେଦନ କରିଛନ୍ତି । ଆସିକାସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟରେ ଆବଶ୍ୟକ ମୁତାବକ ଶ୍ରେଣୀଗୃହ ନାହିଁ। ଏଥିପ୍ରତି ଦୃଷ୍ଟି ଦେବା ସହ ହିଞ୍ଜିଳିକାଟୁ କେନ୍ଦ୍ରୀୟ ମହାବିଦ୍ୟାଳୟର ନିଜସ୍ବ କୋଠା ନିର୍ମାଣ ଲାଗି ବିଭାଗୀୟ ପଦକ୍ଷେପ ନେବାକୁ ଏମ୍‌ପି ଦାବି କରିଛନ୍ତି । ସେହିପରି ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେବଳ ଖଲ୍ଲିକୋଟ ରେଳ ଷ୍ଟେଶନ ରହିଛି । ଜିଲାରୁ ଲୋକେ ସୁରଟ, ବମ୍ବେ ଯାଉଥିବା ବେଳେ ସେମାନଙ୍କ ସୁବିଧା ଲାଗି ଖଲ୍ଲିକୋଟ ରେଳ ଷ୍ଟେଶନକୁ ସଂପ୍ରସାରଣ ସହ ସେହି ରାସ୍ତାରେ ଯାତାୟତ କରୁଥିବା ସମସ୍ତ ରେଳ ସେଠାରେ ରହଣି ଲାଗି ବିଭାଗୀୟ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଅନ୍ୟପକ୍ଷରେ ବ୍ରହ୍ମପୁରରୁ ଆସିକା-ଭଞ୍ଜନଗର ଦେଇ ରାଜ୍ୟର ବହୁ ଜିଲାକୁ ବସ ଯୋଗାଯୋଗ ବ୍ୟବସ୍ଥା ଅଛି। ଦିନକୁ ଦିନ ଏହି ରାସ୍ତାରେ ଯାନବାହାନ ସଂଖ୍ୟା ବଢିବାରେ ଲାଗିଛି। ଏଭଳି ସ୍ଥିତିରେ ବ୍ରହ୍ମପୁରରୁ ଆସିକା ଦେଇ ଭଞ୍ଜନଗର ପର୍ଯ୍ୟନ୍ତ ଯାଇଥିବା ରାସ୍ତାର ସଂପ୍ରସାରଣ ନିମନ୍ତେ ଏମ୍‌ପି ବିଶୋୟୀ ଜାତୀୟ ରାଜପଥ ବିଭାଗ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଏମପି ପ୍ରତିନିଧି ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ଭଞ୍ଜନଗରରେ କାଳବୈଶାଖୀ ତାଣ୍ଡବ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ସହ ବଜ୍ରପାତ ହେବାରୁ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ୨୨ଟି...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri