Posted inଖେଳ

ଏଆଇଟିଏ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ: ମହମ୍ମଦ ଫହାଦ ଚାମ୍ପିୟନ

ଚେନ୍ନାଇ, ୪।୮(ପି.ଟି.)- ସ୍ଥାନୀୟ କ୍ରିଷ୍ଣନ୍‌ ଟେନିସ ସେଣ୍ଟରରେ ଅନୁଷ୍ଠିତ ହୋଇଥିବା ପୁରୁଷ ଏଆଇଟିଏ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟରେ ସ୍ଥାନୀୟ ଖେଳାଳି ମହମ୍ମଦ ଫହାଦ ଟାଇଟଲ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ସେ ଗୁଜରାଟ୍‌ର ମେଘ୍‌ ଭାର୍ଗଭ କେ ପଟେଲଙ୍କୁ ୬-୩, ୭-୫ ସେଟରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ପୂର୍ବରୁ ଅନୁଷ୍ଠିତ ପୁରୁଷ ଡବଲ୍ସ ଟୁର୍ନାମେଣ୍ଟରେ ମଧ୍ୟ ଫହାଦ ସାଥି ଖେଳାଳି କାଭିନ୍‌ ମାସିଲାମାନିଙ୍କ ସହିତ ଶୁକ୍ରବାର ଟାଇଟଲ ହାସଲ କରିଥିଲେ। ଫଳରେ ଫହାଦ ସିଙ୍ଗଲ୍ସ ଓ ଡବଲ୍ସରେ ବାଜିମାରି ଦ୍ୱିମୁକୁଟ ହାସଲ କରିଛନ୍ତି। ପ୍ରଥମ ସେଟ୍‌କୁ ୬-୩ରେ ଜିତିବା ପରେ ଫହାଦ ଦ୍ୱିତୀୟ ସେଟ୍‌ରେ ୨-୫ରେ ପଛରେ ପଡିଥିଲେ। ତେବେ ଏହାପରେ ସେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କରି ୫ଟି ସିଧାସଳଖ ଗେମ୍‌ ଜିତି ମ୍ୟାଚ୍‌ ହାତେଇ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri