ନରାକାସ୍‌ର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ ମଙ୍ଗଳବାର ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ୱର ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ଅଧ୍ୟକ୍ଷ ତଥା ଏସ୍‌ବିଆଇ ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟ ଅତିଥି ଭାବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ,ରାଜଭାଷା ବିଭାଗର ଉପନିର୍ଦ୍ଦେଶକ(କାର୍ଯ୍ୟାନ୍ବୟନ) ନିର୍ମଳ କୁମାର ଦୁବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆର୍‌ବିଆଇର ଆଞ୍ଚଳିକ ନିର୍ଦ୍ଦେଶକ ଡ. ସାରଦା ପ୍ରସନ୍ନ ମହାନ୍ତି, ନାବାର୍ଡ ଆଞ୍ଚଳିକ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ଡ.ସୁଧାଂଶୁ କେ.କେ. ମିଶ୍ର ଏବଂ ଏସ୍‌ବିଆଇର ମଣ୍ଡଳ ବିକାଶ ଅଧିକାରୀ ତଥା ନାରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ଉପାଧ୍ୟକ୍ଷ ମନୋଜ କୁମାର ସିଂହଙ୍କ ସମେତ ଭୁବନେଶ୍ୱରର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ ବୀମା କମ୍ପାନୀର କାର୍ଯ୍ୟାଳୟ ମୁଖ୍ୟ, ବରିଷ୍ଠ ଅଧିକାରୀ ଏବଂ ରାଜଭଷା ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଶର୍ମା ବ୍ୟାଙ୍କିଙ୍ଗ୍‌ ବ୍ୟବସାୟରେ ହିନ୍ଦୀ ଓ ସ୍ଥାନୀୟ ଭାଷାର ଗୁରୁତ୍ୱ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ଡ.ସାରଦା ହିନ୍ଦୀର ବ୍ୟବହାର ବଢ଼ାଇବା ଓ ହୃଦୟରୁ ହିନ୍ଦୀକୁ ଗ୍ରହଣ କରାଯିବା ଉପରେ ଗୁରୁତ୍ୱ ଦେଇଥିଲାବେଳେ ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ମହାପ୍ରବନ୍ଧକ ସର୍ବେଶ ରଞ୍ଜନ ଉଚ୍ଚ ଅଧିକାରୀମାନଙ୍କୁ ହିନ୍ଦୀର ବ୍ୟବହାର ପାଇଁ ଅନୁରୋଧ କରିଥିଲେ। ଉଲ୍ଲେଖଯୋଗ୍ୟ,ଏସ୍‌ବିଆଇ ସଂଯୋଜନାରେ ଉକ୍ତ ବୈଠକ ପରିଚାଳିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri