ଭୁବନେଶ୍ୱର,୨୪।୮: ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍ (ବ୍ୟାଙ୍କ) ଭୁବନେଶ୍ୱରର ୫୪ତମ ଅର୍ଦ୍ଧବାର୍ଷିକ ବୈଠକ ମଙ୍ଗଳବାର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସ୍ବିଆଇ)ର ଭୁବନେଶ୍ୱର ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନରାକାସ୍ (ବ୍ୟାଙ୍କ) ଭୁବନେଶ୍ୱରର ଅଧ୍ୟକ୍ଷ ତଥା ଏସ୍ବିଆଇ ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟ ଅତିଥି ଭାବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ,ରାଜଭାଷା ବିଭାଗର ଉପନିର୍ଦ୍ଦେଶକ(କାର୍ଯ୍ୟାନ୍ବୟନ) ନିର୍ମଳ କୁମାର ଦୁବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆର୍ବିଆଇର ଆଞ୍ଚଳିକ ନିର୍ଦ୍ଦେଶକ ଡ. ସାରଦା ପ୍ରସନ୍ନ ମହାନ୍ତି, ନାବାର୍ଡ ଆଞ୍ଚଳିକ କାର୍ଯ୍ୟାଳୟର ମୁଖ୍ୟ ମହାପ୍ରବନ୍ଧକ ଡ.ସୁଧାଂଶୁ କେ.କେ. ମିଶ୍ର ଏବଂ ଏସ୍ବିଆଇର ମଣ୍ଡଳ ବିକାଶ ଅଧିକାରୀ ତଥା ନାରାକାସ୍ (ବ୍ୟାଙ୍କ) ଭୁବନେଶ୍ୱରର ଉପାଧ୍ୟକ୍ଷ ମନୋଜ କୁମାର ସିଂହଙ୍କ ସମେତ ଭୁବନେଶ୍ୱରର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଓ ବୀମା କମ୍ପାନୀର କାର୍ଯ୍ୟାଳୟ ମୁଖ୍ୟ, ବରିଷ୍ଠ ଅଧିକାରୀ ଏବଂ ରାଜଭଷା ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଶର୍ମା ବ୍ୟାଙ୍କିଙ୍ଗ୍ ବ୍ୟବସାୟରେ ହିନ୍ଦୀ ଓ ସ୍ଥାନୀୟ ଭାଷାର ଗୁରୁତ୍ୱ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିଭଳି ଡ.ସାରଦା ହିନ୍ଦୀର ବ୍ୟବହାର ବଢ଼ାଇବା ଓ ହୃଦୟରୁ ହିନ୍ଦୀକୁ ଗ୍ରହଣ କରାଯିବା ଉପରେ ଗୁରୁତ୍ୱ ଦେଇଥିଲାବେଳେ ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆର ମହାପ୍ରବନ୍ଧକ ସର୍ବେଶ ରଞ୍ଜନ ଉଚ୍ଚ ଅଧିକାରୀମାନଙ୍କୁ ହିନ୍ଦୀର ବ୍ୟବହାର ପାଇଁ ଅନୁରୋଧ କରିଥିଲେ। ଉଲ୍ଲେଖଯୋଗ୍ୟ,ଏସ୍ବିଆଇ ସଂଯୋଜନାରେ ଉକ୍ତ ବୈଠକ ପରିଚାଳିତ ହୋଇଥିଲା।
ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ
ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି
କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…
ଧରାପଡ଼ିଲେ ନକଲି ଏମ୍ଭିଆଇ
ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…
ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା
ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…
ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ
ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍ ଉଦ୍ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…
ଡେଭିିସ କପ୍ରେ ଭାରତକୁ ହରାଇଲା କୋରିଆ
ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…
ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍
ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

