୫୫ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ

ନୂଆଗାଁ,୮।୯(ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ଅଧୀନରେ ଥିବା ଅଙ୍ଗନଓ୍ବାଡି ଶିଶୁ ଓ କେନ୍ଦ୍ର ପ୍ରତି ପ୍ରଶାସନ ଅବହେଳା କରୁଥିବା ଅଭିଯୋଗ ହେଉଛି। କେଉଁଠି ଶିଶୁଙ୍କ ପାଖରେ ସରକାରଙ୍କ ଯୋଜନା ଠିକ୍‌ ଭାବେ ପହଞ୍ଚି ପାରୁନି ତ ଆଉ କେଉଁଠି ପ୍ରଶାସନ ଅବହେଳା ଯୋଗୁ ଶିଶୁମାନେ ସେମାନଙ୍କ ହକ୍‌ ପାଇବାରୁ ବଞ୍ଚିତ ହେଉଛନ୍ତି। ପୁଣି ଆଉ କେଉଁଠି ଶିଶୁମାନଙ୍କ ପାଇଁ ଆନୁସଙ୍ଗିକ ବ୍ୟବସ୍ଥା ନାହିଁ । ଶିଶୁମାନେ ଦେଶର ଭବିଷ୍ୟତ। ତେଣୁ ସେମାନଙ୍କ ମାନସିକ , ଶାରୀରିକ ଓ ବୌଦ୍ଧିକ ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସେହି ଯୋଜନା ଶିଶୁଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚି ପାରୁନାହିଁ । ନୂଆଗାଁ ବ୍ଲକ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନରେ ୨୨ ପଞ୍ଚାୟତରେ ୧୬୮ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି । ସେଥିମଧ୍ୟରୁ ୧୧୩ କେନ୍ଦ୍ରର ନିଜସ୍ବ ଗୃହ ରହିଥିବା ବେଳେ ୫୫ କେନ୍ଦ୍ରର ଘର ନାହିଁ । ଉକ୍ତ କେନ୍ଦ୍ରଗୁଡିକ ନା ନା ଅସୁବିଧା ମଧ୍ୟରେ କେଉଁ କୋଠ ଘର ତ କାହା ବାରଣ୍ଡାରେ ଚାଲୁଛି । କୁସୁମଗାଡ଼ିଆରେ ଅଙ୍ଗନଓ୍ବାଡି ଗୃହ ନ ଥିବାରୁ ଖାତାପତ୍ର ରଖିବାରେ ଅସୁବିଧା ହେଉଛି । ଖାଲମଡ଼ାରେ ଗୋଟିଏ କେନ୍ଦ୍ରର ଗୃହ କରାଯାଇ ନ ଥିବାରୁ ୨ କେନ୍ଦ୍ର ଗୋଟିଏ ଘରେ ଚାଲିଛି । ପୁଣି କେନ୍ଦ୍ରକୁ ଯିବା ପାଇଁ ପକ୍କା ରାସ୍ତା ନ ଥିବାରୁ ଶିଶୁ ଓ କର୍ମଚାରୀମାନେ କାଦୁଅ ପଚ ପଚ ହୋଇ ଯିବା ଆସିବା କରୁଛନ୍ତି।
ଅଧିକାଂଶ କେନ୍ଦ୍ରରେ ବିଦ୍ୟୁତ୍‌ ସଂଯୋଗ କରାଯାଇ ନ ଥିବାରୁ ଖରା ସମୟରେ ଶିଶୁମାନେ ଘରେ ବସିବା କଷ୍ଟକର ହୋଇ ପଡୁଛି । ଅଙ୍ଗନଓ୍ବାଡି ଗୃହ ନିର୍ମାଣ ପାଇଁ ସରକାର ଅନୁଦାନ ଦେଇଥିଲେ ମଧ୍ୟ ପ୍ରଶାସନର ଅବହେଳାରୁ ଗୃହ ନିର୍ମାଣ ହୋଇ ପାରୁନି । ଅନେକ ସ୍ଥାନରେ ଠିକାଦାର ଓ ଯନ୍ତ୍ରୀ ମିଳିମିଶି ନିମ୍ନମାନର ଗୃହ ନିର୍ମାଣ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ଗୃହର ସ୍ଥାୟିତ୍ୱ ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଗୃହ ନିର୍ମାଣ ପାଇଁ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ସେଥିପ୍ରତି ପ୍ରଶାସନର ଉଦାସୀନତା ଦେଖିବାକୁ ମିଳୁଛି । ଶିଶୁଙ୍କ ପାଇଁ ସରକାର ଜୋତା କିଣିବା ପାଇଁ ପ୍ରତି ଶିଶୁ ପିଛା ୧୦୦ ଟଙ୍କା ଦେଇଥିଲେ ମଧ୍ୟ ଅନେକ କେନ୍ଦ୍ରରେ ଜୋତା ଦିଆ ଯାଇ ନ ଥିବା ଅଭିଯୋଗ ହେଉଛି । ଅଙ୍ଗନଓ୍ବାଡି କେନ୍ଦ୍ରର ସମସ୍ୟା ବାବଦରେ ନୂଆଗାଁ ସିଡିପିଓ ଶୁଭ୍ରକେଶୀ ମଲିକଙ୍କୁ ପଚାରିବାରେ ଗୃହ ନିର୍ମାଣ କରିବା ଦାୟିତ୍ୱ ବ୍ଲକ ପ୍ରଶାସନର । ସେମାନେ ବିଳମ୍ବ କରିବା ଯୋଗୁ ଆମେ ସମସ୍ୟା ଭୋଗୁଛୁ ବୋଲି କହିଛନ୍ତି। ନୂଆଗାଁ ବିଡିଓ ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ଶୀଘ୍ର କାମ ସାରିବା ପାଇଁ ମୁଁ ଯନ୍ତ୍ରୀମାନଙ୍କୁ ତାଗିଦ୍‌ କରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri