ବାହାନଗାର ବିକାଶ ପାଇଁ ୧. ୫୫ କୋଟି ମଞ୍ଜୁର

ଭୁବନେଶ୍ୱର, ୭।୭(ଅଭିଜିତ ଦାସ):ବାଲେଶ୍ୱର ଜିଲା ବାହାନଗାଠାରେ ଜୁନ୍‌ ୨ରେ ରେଳ ଦୁର୍ଘଟଣାରେ ଅନେକ କ୍ଷୟକ୍ଷତି ଘଟିଥିଲା। ଜୁନ୍‌ ୨୦ ଓ ୨୧ରେ ଏହି ଘଟଣାସ୍ଥଳ ପରିଦର୍ଶନ ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାହାନଗା ଅଞ୍ଚଳବାସୀଙ୍କୁ ଉଦ୍ଧାର କାର୍ଯ୍ୟରେ ସହାୟତା ଲାଗି ଧନ୍ୟବାଦ ଦେବା ସହ ଅଞ୍ଚଳର ବିକାଶ ପାଇଁ ଅର୍ଥ ମଞ୍ଜୁର କରିବାକୁ ପ୍ରତିଶୁତି ଦେଇଥିଲେ। ସେହି ଅନୁଯାୟୀ ରେଳମନ୍ତ୍ରୀ ଦୁଇ ସପ୍ତାହ ମଧ୍ୟରେ ନିଜ ପ୍ରତିଶୁତି ରକ୍ଷା କରି ଗୁରୁବାର ୧ କୋଟି ୫୫ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।
ରେଳମନ୍ତ୍ରୀ ବୈଷ୍ଣବ ନିଜ ଏମ୍‌ପି ଲ୍ୟାଡ୍‌ ଫଣ୍ଡରୁ ଏହି ଅନୁଦାନ ଦେଇଛନ୍ତି। ୧ କୋଟି ଟଙ୍କା ବାହାନଗା ଅଞ୍ଚଳର ବିକାଶ ଲାଗି ଖର୍ଚ୍ଚ କରାଯିବାକୁ ପ୍ରସ୍ତାବ ଥିବାବେଳେ ବାଲେଶ୍ୱର ମୁଖ୍ୟ ହସ୍ପିଟାଲରେ ୩୫ ଲକ୍ଷ ଟଙ୍କାରେ ଏକ ଅତ୍ୟାଧୁନିକ ସୁବିଧାସମ୍ପନ୍ନ ଆମ୍ବୁଲାନ୍ସ ଏବଂ ୨୦ ଲକ୍ଷ ଟଙ୍କାରେ ଲାୟନ୍ସ ଚକ୍ଷୁ ଚିକିତ୍ସାଳୟରେ ଅତ୍ୟାଧୁନିକ ଅପରେଶନ ଥିଏଟର ନିର୍ମାଣ କରାଯିବ। ବାହାନଗା ଅଞ୍ଚଳର ବିକାଶ ପାଇଁ ଖର୍ଚ୍ଚ ହେବାକୁ ଥିବା ପ୍ରକଳ୍ପ ମଧ୍ୟରେ ବାହାନଗା ଏବଂ ନିକଟବର୍ତ୍ତୀ ଗ୍ରାମଗୁଡିକରେ ୫ଟି କମ୍ୟୁନିଟି ସେଣ୍ଟର ଏବଂ ହଲ୍‌ ସହିତ ଶୌଚାଳୟ ନିର୍ମାଣ କରାଯିବ। ସେହିପରି ବାସୁଲି ହାଇସ୍କୁଲ ନିକଟରେ ଶିଶୁ ଉଦ୍ୟାନ ଏବଂ ଓପନ୍‌ ଜିମ୍‌, ୧୬ନଂ. ଜାତୀୟ ରାଜପଥରୁ ସାର୍ଟିରା ଗ୍ରାମ ପର୍ଯ୍ୟନ୍ତ ରାସ୍ତାର ମରାମତି, ପ୍ରାଣବନ୍ଧୁ ବିଦ୍ୟାପୀଠ ଖେଳ ପଡ଼ିଆର ଉନ୍ନତୀକରଣ ଏବଂ ୪୨ଟି ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବାର ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri