୫୫ କେଜି ଗଞ୍ଜେଇ, ୭.୫୧ ଲକ୍ଷ ଟଙ୍କା ଜବତ

ଧର୍ମଶାଳା,୬ା୧(ଡି.ଏନ.ଏ.): ଧର୍ମଶାଳା ପୋଲିସ ମଙ୍ଗଳବାର ରାତିରେ କୁମାରୀ ଗ୍ରାମରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଘରୁ ୫୫ କେଜି ୪୫୦ ଗ୍ରାମ ଗଞ୍ଜେଇ ଓ ୭ ଲକ୍ଷ ୫୧ହଜାର ୨୧୦ଟଙ୍କା ଜବତ କରିଛି। ଏହି ଘଟଣାରେ ବୁଧବାର ବାପ, ପୁଅଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଯାଜପୁର ରୋଡ୍‌ ଏସଡିପିଓ ଚିନ୍ମୟ କୁମାର ନାୟକ ଧର୍ମଶାଳା ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ତାଙ୍କ ସୂଚନା ମୁତାବକ, କୁମାରୀ ଗାଁରେ ଦୀର୍ଘଦିନ ଧରି ଏହି ବେଆଇନ କାରବାର ଚାଲୁଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଫଳରେ ଗ୍ରାମର ଗଞ୍ଜେଇ ବେପାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଅଚାନକ ଚଢ଼ାଉ କରିଥିଲା। ଏହି ସମୟରେ ତାଙ୍କ ଘରୁ ଗଞ୍ଜେଇ ଓ ଟଙ୍କା ଜବତ କରିଥିଲା। ପରେ ଅନ୍ତର୍ଯ୍ୟାମୀ ଓ ତାଙ୍କ ପୁଅ ସନ୍ତୋଷ ସାହୁଙ୍କୁ ଥାନାକୁ ଆଣି ପଚରାଉଚରା ଚଳାଇଥିଲା। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ଛାନଭିନ କରି ଏହି ବେଆଇନ କାରବାରର ପର୍ଦ୍ଦାଫାଶ କରିଛି। ଏନେଇ ନଂ.୬୦୭/୨୧ରେ ଏକ ମାମଲା ରୁଜୁ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ସାଢେ ୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଉଛି। ତେବେ ଏତେ ପରିମାଣର ଗଞ୍ଜେଇ କେଉଁଠୁ ଆସୁଥିଲା ଏବଂ କୁଆଡ଼େ ଚାଲାଣ ହେଉଥିଲା ସେ ନେଇ ଅଧିକ ତଦନ୍ତ ଜାରି ରହିଥିବା ଏସ୍‌ଡିପିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri