୫୫ କେଜି ଗଞ୍ଜେଇ, ୭.୫୧ ଲକ୍ଷ ଟଙ୍କା ଜବତ

ଧର୍ମଶାଳା,୬ା୧(ଡି.ଏନ.ଏ.): ଧର୍ମଶାଳା ପୋଲିସ ମଙ୍ଗଳବାର ରାତିରେ କୁମାରୀ ଗ୍ରାମରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଘରୁ ୫୫ କେଜି ୪୫୦ ଗ୍ରାମ ଗଞ୍ଜେଇ ଓ ୭ ଲକ୍ଷ ୫୧ହଜାର ୨୧୦ଟଙ୍କା ଜବତ କରିଛି। ଏହି ଘଟଣାରେ ବୁଧବାର ବାପ, ପୁଅଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ଏନେଇ ଯାଜପୁର ରୋଡ୍‌ ଏସଡିପିଓ ଚିନ୍ମୟ କୁମାର ନାୟକ ଧର୍ମଶାଳା ଥାନାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ତାଙ୍କ ସୂଚନା ମୁତାବକ, କୁମାରୀ ଗାଁରେ ଦୀର୍ଘଦିନ ଧରି ଏହି ବେଆଇନ କାରବାର ଚାଲୁଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଫଳରେ ଗ୍ରାମର ଗଞ୍ଜେଇ ବେପାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଅଚାନକ ଚଢ଼ାଉ କରିଥିଲା। ଏହି ସମୟରେ ତାଙ୍କ ଘରୁ ଗଞ୍ଜେଇ ଓ ଟଙ୍କା ଜବତ କରିଥିଲା। ପରେ ଅନ୍ତର୍ଯ୍ୟାମୀ ଓ ତାଙ୍କ ପୁଅ ସନ୍ତୋଷ ସାହୁଙ୍କୁ ଥାନାକୁ ଆଣି ପଚରାଉଚରା ଚଳାଇଥିଲା। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ଛାନଭିନ କରି ଏହି ବେଆଇନ କାରବାରର ପର୍ଦ୍ଦାଫାଶ କରିଛି। ଏନେଇ ନଂ.୬୦୭/୨୧ରେ ଏକ ମାମଲା ରୁଜୁ କରାଯାଇଛି। ଜବତ ଗଞ୍ଜେଇର ମୂଲ୍ୟ ସାଢେ ୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଉଛି। ତେବେ ଏତେ ପରିମାଣର ଗଞ୍ଜେଇ କେଉଁଠୁ ଆସୁଥିଲା ଏବଂ କୁଆଡ଼େ ଚାଲାଣ ହେଉଥିଲା ସେ ନେଇ ଅଧିକ ତଦନ୍ତ ଜାରି ରହିଥିବା ଏସ୍‌ଡିପିଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ

ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri