ଭୁବନେଶ୍ୱର ଅଭିମୁଖେ ଯାଉଥିଲା ଗଞ୍ଜେଇ ଭର୍ତ୍ତି କାର୍‌, ଅଧାବାଟରେ ମାଡିବସିଲା ଅବକାରୀ ବିଭାଗ

ଭଞ୍ଜନଗର,୧୦। ୩(ବାବୁଲା ପ୍ରଧାନ): ଚୋରା ଗଞ୍ଜେଇ କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରୁ ଦୈନନ୍ଦିନ ଭାୟା ଭଞ୍ଜନଗର ଦେଇ ରାଜ୍ୟ ରାଜଧାନୀ ସମେତ ପଶ୍ଚିମବଙ୍ଗ, ଗୁଜରାଟ, ଆନ୍ଦ୍ରପ୍ରଦେଶ, ତେଲଙ୍ଗାନା ସମେତ ଅନ୍ୟାନ୍ୟ ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଛି। ଅଧିକାଂଶ ସମୟ ଅଭିଯୁକ୍ତମାନେ ପୋଲିସ ଓ ଅବକାରୀ ବିଭାଗକୁ ଚକମା ଦେଇ ଖସିଯାଉଛନ୍ତି। ଆଉ ବେଳେ ବେଳେ
ପୋଲିସ, ଅବକାରୀ, ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାରେ ଯାନବାହାନ ଯାଞ୍ଚ ସମୟରେ ବିପୁଳ ପରିମାଣର ଗଞ୍ଜେଇ ଜବତ ମଧ୍ୟ କରାଯାଇଛି। ଏହିଭଳି ସୋମବାର ଭଞ୍ଜନଗର ଅବକାରୀ ବିଭାଗ ପକ୍ଷରୁ ଏକ କାର୍‌ ଗାଡ଼ିକୁ ସନ୍ଦେହରେ ସୋରାଦେବୀ ମନ୍ଦିରଠାରେ
ଅଟକ ରଖି ପଚରାଉଚରା କରିବା ପରେ ଗାଡ଼ିର ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡିଥିଲା।

ଏହାପରେ ଅବକାରୀ ବିଭାଗ ୫୫ କେଜି ଗଞ୍ଜେଇ କାର୍‌ରୁ ଜବତ କରିବା ସହ ଏନେଇ ଦୁଇ ଜଣକୁ ଗିରଫ କରିଛି। ଏଥିସହ କାର୍‌ ଗାଡ଼ିକୁ ଜବତ କରାଯାଇଛି। ଗିରଫ ଦୁଇଜଣ ହେଲେ ଅବଖି ଦିଗାଲ ଓ ପପୁନ ଦିଗାଲ।

ପ୍ରକାଶ ଯେ, ଅଭିଯୁକ୍ତ ଦ୍ବୟ ଏକ କାର୍‌ରେ ଭୁବନେଶ୍ୱର ଅଭିମୁଖେ ଗଞ୍ଜେଇ ଧରି ଯାଉଥିଲେ। ବାଟରେ ଭଞ୍ଜନଗର ଅବକାରୀ ଥାନାଅଧିକାରୀ ଡମ୍ବୁରୁଧର ହରିଜନ, ଏସ ଆଇ ଅଲିଭା ମାଝୀ ଗାଡିଟିକୁ ଯାଞ୍ଚ କରିବା ପରେ ସେଥିରେ ଗଞ୍ଜେଇ ଚାଲାଣ ହେଉଥିବା ଜଣାପଡ଼ିଥିଲା। ଏହାପରେ ଅତିରିକ୍ତ ତହସିଲଦାର ଅବିନାଶ ମେହେରଙ୍କ ଉପସ୍ଥିତିରେ ଗଞ୍ଜେଇଗୁଡ଼ିକୁ ଓଜନ କରାଯିବା ସହ ଅଭିଯୁକ୍ତଙ୍କୁ ଭଞ୍ଜନଗର କୋର୍ଟକୁ ସନ୍ଧ୍ୟାରେ ଚାଲାଣ କ


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri