ଶପଥ ନେଲେ ୫୫ ନୂଆ ସିଭିଲ ଜଜ୍‌

କଟକ,୩୦ା୩(କାର୍ତ୍ତିକ ସାହୁ): ୨୦୨୨ ବ୍ୟାଚ୍‌ରେ ନିଯୁକ୍ତି ପାଇଥିବା ୫୫ ଜଣ ନୂଆ ସିଭିଲ୍‌ ଜଜ୍‌(ଜୁନିୟର ଡିଭିଜନ)ଙ୍କ ଶପଥ ଗ୍ରହଣ ଉତ୍ସବ ଓଡ଼ିଶା ଜୁଡିସିଆଲ ଏକାଡେମୀ ପରିସରସ୍ଥ ଗତିକୃଷ୍ଣ ମିଶ୍ର ଅଡିଟୋରିୟମଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜୁଡିସିଆଲ ଏକାଡେମୀର ପାଟ୍ରୋନ୍‌-ଇନ୍‌-ଚିଫ୍‌ ତଥା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ ଯୋଗଦେଇ ନୂତନ ଜଜ୍‌ମାନଙ୍କୁ ଶପଥ ପାଠ କରାଇଥିଲେ। ନୂଆ ବିଚାରପତିମାନଙ୍କୁ ପରାମର୍ଶ ଦେଇ ମୁଖ୍ୟ ବିଚାରପତି ସିଂହ କହିଲେ, ବିଚାରପତି ହେବା ସାଧାରଣ କାମ ନୁହେଁ, ଶିକ୍ଷାଗ୍ରହଣର ଏହା ଏକ ନିରବଚ୍ଛିନ୍ନ ପ୍ରକ୍ରିୟା। କୋର୍ଟର ବିଚାର କାର୍ଯ୍ୟରେ ଥିବା ବେଳେ ବ୍ୟକ୍ତିଗତ ଜୀବନ ଦ୍ୱାରା ପ୍ରଭାବିତ ହୁଅନ୍ତୁ ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି, ଜଣେ ବିଚାରପତି ହେବା ପାଇଁ ଶାରୀରିକ, ମାନସିକ ଓ ଭାବନାତ୍ମକ ସୁସ୍ଥତା ରହିବା ଦରକାର। ବିଚାର ବ୍ୟବସ୍ଥାର ନୈତିକତାକୁ ବଜାୟ ରଖିବାକୁ ମୁଖ୍ୟ ବିଚାରପତି ଗୁରୁତ୍ୱାରୋପ କରିଥିଲେ। ଜୁଡିସିଆଲ ଏକାଡେମୀ ସଦସ୍ୟ ତଥା ହାଇକୋର୍ଟର ବିଚାରପତି କୃଷ୍ଣ ରାମ ମହାପାତ୍ର ଜୁଡିସିଆଲ ଏକାଡେମୀରେ ତାଲିମ ଗ୍ରହଣ ଉପରେ ଗୁରୁତ୍ୱାରୋପ କରି ଏହାକୁ ଗୁରୁକୁଳ ଭାବେ ଅଭିହିତ କରିଥିଲେ। ନୂତନ ବିଚାରପତିମାନଙ୍କ କ୍ୟାରିୟର ଗଠନ ଦିଗରେ ଜୁଡିସିଆଲ ଏକାଡେମୀ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି ବୋଲି ସେ କହିଥିଲେ। ଜୁଡିସିଆଲ ଏକାଡେମୀର ସଦସ୍ୟ ତଥା ହାଇକୋର୍ଟର ବିଚାରପତି ସଂଜୀବ କୁମାର ପାଣିଗ୍ରାହୀ ସ୍ବାଗତ ଭାଷଣ ଦେଇ ନୂତନ ବିଚାରପତିମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନୂତନ ବିଚାରପତିମାନେ ନିଜକୁ ଏଭଳି ଭାବେ ଗଠନ କରନ୍ତୁ ଯେପରି ନିଶ୍ଚିତ ଭାବେ ଜନସାଧାରଣଙ୍କ ଆସ୍ଥାଭାଜନ ହୋଇପାରିବେ। ଜୁଡିସିଆଲ ଏକାଡେମୀର ନିର୍ଦ୍ଦେଶକ ବିଦ୍ୟୁତ୍‌ କୁମାର ମିଶ୍ର ଧନ୍ୟବାଦ ଦେଇଥିଲେ। ହାଇକୋର୍ଟର ବିଚାରପତିଗଣ, ହାଇକୋର୍ଟ ରେଜିଷ୍ଟ୍ରିର ଅଧିକାରୀଗଣଙ୍କ ସମେତ ଅତିଥି ଓ ନୂତନ ସିଭିଲ୍‌ ଜଜ୍‌ମାନଙ୍କ ପରିବାରବର୍ଗ ଉପସ୍ଥିତ ଥିଲେ। ଅତିରିକ୍ତ ନିର୍ଦ୍ଦେଶକ ବଦ୍ରିନାରାୟଣ ନନ୍ଦ, ଉପନିର୍ଦ୍ଦେଶକ ସ୍ବପ୍ନା ସାଗରିକା ମିଶ୍ର, ସହକାରୀ ନିର୍ଦ୍ଦେଶକ ମାନସ ରଞ୍ଜନ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri