ଫେରିଲା ରାଜପଥ ତାତି

ଢେଙ୍କାନାଳ ଅଫିସ, ୨୬।୧୧: କଟକ ଜିଲା ମଙ୍ଗୁଳି ଛକଠାରୁ ଢେଙ୍କାନାଳ-ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୫ ବର୍ଷ ହେଲା ଶେଷ ହେଉନାହିଁ। ଶୋଚନୀୟ ହୋଇପଡ଼ିଥିବା ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଦୃଷ୍ଟି ଆକର୍ଷଣ ସତ୍ତ୍ୱେ କେନ୍ଦ୍ର ସରକାର, ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏ ଦିଗରେ ପଦକ୍ଷେପ ନେଉନାହାନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନ ୮ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବିଜେଡି ପକ୍ଷରୁ ସହର ଉପକଣ୍ଠ କଲେଜ ବାଇପାସ୍‌ରେ ଜାତୀୟ ରାଜପଥ ଅବରୋଧ କରାଯାଇଛି। କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳକୁ ଜାତୀୟ ରାଜପଥ ତାତି ଫେରିଥିବାବେଳେ ଏହାର ସ୍ଥାୟୀ ସମାଧାନ ନ କଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।
କେନ୍ଦ୍ର ସରକାର ଏବଂ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଅବହେଳାରୁ ବ୍ୟସ୍ତବହୁଳ ୫୫ନଂ. ଜାତୀୟ ରାଜପଥ କାମ ଶେଷ ହେଉ ନ ଥିବା ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି। ଆନ୍ଦୋଳନ ସମୟରେ କଟକ ଅଭିମୁଖ ଯାଉଥିବା ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଡ. ସୁରେଶ ଚନ୍ଦ୍ର ଦଳାଇଙ୍କୁ ଆନ୍ଦୋଳନକାରୀ ଅଟକାଇବା ସହ ସ୍ପଷ୍ଟୀକରଣ ଲୋଡ଼ିଥିଲେ। ତେବେ ଜିଲାପାଳଙ୍କ ସହ ଏ ସଂକ୍ରାନ୍ତରେ କଥାହେବି ବୋଲି କହି ଆର୍‌ଡିସି ଫେରିଯାଇଥିଲେ।
ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର, ଜିଲା କୃଷକ ବିଜେଡି ସଭାପତି ନରୋତ୍ତମ ସାହୁ, ଛାତ୍ର ବିଜେଡି ସଭାପତି ସୁରଜ ମହାପାତ୍ର, ମହିଳା ବିଜେଡି ସଭାନେତ୍ରୀ ସାଗରିକା ମିଶ୍ର, ପୌର ଉପାଧ୍ୟକ୍ଷ ପ୍ରକାଶଚନ୍ଦ୍ର କୁଅଁର, ଗଁଦିଆ ବ୍ଲକ ସଭାପତି ବିଶ୍ୱନାଥ ଜେନା, ଯୁବ ବିଜେଡି ସଭାପତି ପ୍ରଦୀପ ରାଉତ, ହିନ୍ଦୋଳ ବ୍ଲକ ସଭାପତି ବରୁଣ ସର, ଅନୁଗୋଳ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ, ବିଧାୟକଙ୍କ ପ୍ରତିନିଧି ଅର୍ଣ୍ଣବ ସିଂ, ବଅଁରପାଳ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥ, ଅନୁଗୋଳ ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ସାହୁ, ଅନୁଗୋଳ ପୌରାଧ୍ୟକ୍ଷ ଅକ୍ଷୟ ସାମନ୍ତ, ଜିଲା ପରିଷଦ ସଭ୍ୟ ଗୋପାଳ ନାୟକ, ଧ୍ରୁବ ଦେହୁରୀ, ତାଳଚେର ବ୍ଲକ ବିଜେଡି ସଭାପତି ସନ୍ତୋଷ ପ୍ରଧାନ, ପାଲଲହଡା ବ୍ଲକ ବିଜେଡି ସଭାପତି ଗଙ୍ଗାଧର ଜିତ୍‌, କଣିହଁା ବ୍ଲକ ସଭାପତି କପିଳ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏହି ଆନ୍ଦୋଳନରେ ଢେଙ୍କାନାଳ, ଅନୁଗୋଳ ଜିଲାର କେହି ବିଧାୟକ କିମ୍ବା ଏମ୍‌ପି ଉପସ୍ଥିତ ନ ଥିଲେ। ଆନ୍ଦୋଳନ ଶେଷ ହେବା ପରେ ଘଟଣାସ୍ଥଳରେ ପଡ଼ିଥିବା ଆବର୍ଜନାକୁ ବିଜେଡି ନେତୃବୃନ୍ଦ ସଫା କରିଥିଲେ। ଦଳୀୟ କର୍ମୀମାନେ ଅଳିଆ ସଂଗ୍ରହ କରି ଡଷ୍ଟବିନ୍‌ରେ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri