ଫେରିଲା ରାଜପଥ ତାତି

ଢେଙ୍କାନାଳ ଅଫିସ, ୨୬।୧୧: କଟକ ଜିଲା ମଙ୍ଗୁଳି ଛକଠାରୁ ଢେଙ୍କାନାଳ-ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ସଂଯୋଗ କରୁଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୫ ବର୍ଷ ହେଲା ଶେଷ ହେଉନାହିଁ। ଶୋଚନୀୟ ହୋଇପଡ଼ିଥିବା ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଦୃଷ୍ଟି ଆକର୍ଷଣ ସତ୍ତ୍ୱେ କେନ୍ଦ୍ର ସରକାର, ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏ ଦିଗରେ ପଦକ୍ଷେପ ନେଉନାହାନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ପୂର୍ବାହ୍ନ ୮ଟାରୁ ମଧ୍ୟାହ୍ନ ୧୨ଟା ଯାଏ ବିଜେଡି ପକ୍ଷରୁ ସହର ଉପକଣ୍ଠ କଲେଜ ବାଇପାସ୍‌ରେ ଜାତୀୟ ରାଜପଥ ଅବରୋଧ କରାଯାଇଛି। କିଛିଦିନର ବ୍ୟବଧାନ ପରେ ଢେଙ୍କାନାଳକୁ ଜାତୀୟ ରାଜପଥ ତାତି ଫେରିଥିବାବେଳେ ଏହାର ସ୍ଥାୟୀ ସମାଧାନ ନ କଲେ ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।
କେନ୍ଦ୍ର ସରକାର ଏବଂ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଅବହେଳାରୁ ବ୍ୟସ୍ତବହୁଳ ୫୫ନଂ. ଜାତୀୟ ରାଜପଥ କାମ ଶେଷ ହେଉ ନ ଥିବା ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି। ଆନ୍ଦୋଳନ ସମୟରେ କଟକ ଅଭିମୁଖ ଯାଉଥିବା ଉତ୍ତରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଡ. ସୁରେଶ ଚନ୍ଦ୍ର ଦଳାଇଙ୍କୁ ଆନ୍ଦୋଳନକାରୀ ଅଟକାଇବା ସହ ସ୍ପଷ୍ଟୀକରଣ ଲୋଡ଼ିଥିଲେ। ତେବେ ଜିଲାପାଳଙ୍କ ସହ ଏ ସଂକ୍ରାନ୍ତରେ କଥାହେବି ବୋଲି କହି ଆର୍‌ଡିସି ଫେରିଯାଇଥିଲେ।
ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ, ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର, ଜିଲା କୃଷକ ବିଜେଡି ସଭାପତି ନରୋତ୍ତମ ସାହୁ, ଛାତ୍ର ବିଜେଡି ସଭାପତି ସୁରଜ ମହାପାତ୍ର, ମହିଳା ବିଜେଡି ସଭାନେତ୍ରୀ ସାଗରିକା ମିଶ୍ର, ପୌର ଉପାଧ୍ୟକ୍ଷ ପ୍ରକାଶଚନ୍ଦ୍ର କୁଅଁର, ଗଁଦିଆ ବ୍ଲକ ସଭାପତି ବିଶ୍ୱନାଥ ଜେନା, ଯୁବ ବିଜେଡି ସଭାପତି ପ୍ରଦୀପ ରାଉତ, ହିନ୍ଦୋଳ ବ୍ଲକ ସଭାପତି ବରୁଣ ସର, ଅନୁଗୋଳ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆ, ବିଧାୟକଙ୍କ ପ୍ରତିନିଧି ଅର୍ଣ୍ଣବ ସିଂ, ବଅଁରପାଳ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥ, ଅନୁଗୋଳ ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ସାହୁ, ଅନୁଗୋଳ ପୌରାଧ୍ୟକ୍ଷ ଅକ୍ଷୟ ସାମନ୍ତ, ଜିଲା ପରିଷଦ ସଭ୍ୟ ଗୋପାଳ ନାୟକ, ଧ୍ରୁବ ଦେହୁରୀ, ତାଳଚେର ବ୍ଲକ ବିଜେଡି ସଭାପତି ସନ୍ତୋଷ ପ୍ରଧାନ, ପାଲଲହଡା ବ୍ଲକ ବିଜେଡି ସଭାପତି ଗଙ୍ଗାଧର ଜିତ୍‌, କଣିହଁା ବ୍ଲକ ସଭାପତି କପିଳ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଏହି ଆନ୍ଦୋଳନରେ ଢେଙ୍କାନାଳ, ଅନୁଗୋଳ ଜିଲାର କେହି ବିଧାୟକ କିମ୍ବା ଏମ୍‌ପି ଉପସ୍ଥିତ ନ ଥିଲେ। ଆନ୍ଦୋଳନ ଶେଷ ହେବା ପରେ ଘଟଣାସ୍ଥଳରେ ପଡ଼ିଥିବା ଆବର୍ଜନାକୁ ବିଜେଡି ନେତୃବୃନ୍ଦ ସଫା କରିଥିଲେ। ଦଳୀୟ କର୍ମୀମାନେ ଅଳିଆ ସଂଗ୍ରହ କରି ଡଷ୍ଟବିନ୍‌ରେ ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?