ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ, ଅନୁଗୋଳ ଓ ସମ୍ବଲପୁରର ଲାଇଫ ଲାଇନ୍‌ କୁହାଯାଉଥିବା ଏହି ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ୬ ବର୍ଷ ହେଲା ଶେଷ ହୋଇପାରୁ ନ ଥିବାରୁ ଏହାକୁ ଢେଙ୍କାନାଳ-ଅନୁଗୋଳରେ ବିଜେଡି ଓ କଂଗ୍ରେସ ନେତାମାନେ ପ୍ରମୁଖ ପ୍ରସଙ୍ଗ କରି ଭାଜପାକୁ ଟାର୍ଗେଟ କରୁଥିବା ଦେଖିବାକୁ ମିଳୁଛି। ଏପରି କି ବିଜେଡିର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ତଥା ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହାକୁ ନେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଡ଼ା ସମାଲୋଚନା କରୁଥିବା ଦେଖାଯାଉଛି। ତେବେ ରାଜପଥର ଏହି ଦୁରବସ୍ଥାକୁ ନେଇ ଢେଙ୍କାନାଳ ଓ ଅନୁଗୋଳ ଜିଲାବାସୀ ଅଧିକ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏଭଳି ଦମ୍‌ଦାର ପ୍ରସଙ୍ଗକୁ ନିର୍ବାଚନରେ ଜୋର୍‌ଦାର କରିବେ ବୋଲି କହିଛନ୍ତି ଏହି ଦୁଇ ଜିଲାରୁ ଭୋଟ ରଣାଙ୍ଗନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଓ କଂଗ୍ରେସର ଆଶାୟୀ ପ୍ରାର୍ଥୀମାନେ। ଅନ୍ୟପକ୍ଷରେ ଭାଜପା ପ୍ରାର୍ଥୀମାନେ ମଧ୍ୟ ରାଜପଥ ସମସ୍ୟା ବିଜେଡି ସରକାରର ଅସହଯୋଗର ନମୁନା କହି ସମାଲୋଚନା କରିବାର ସୁଯୋଗ ହାତଛଡ଼ା କରୁନାହାନ୍ତି।
ଢେଙ୍କାନାଳ ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର କହିଛନ୍ତି, କେନ୍ଦ୍ର ସରକାରଙ୍କ ବିଭାଗୀୟ ମନ୍ତ୍ରୀଙ୍କ ନିକଟକୁ ମୁଖ୍ୟମନ୍ତ୍ରୀ ଏ ସଂକ୍ରାନ୍ତରେ ଚିଠି ଲେଖିଥିଲେ। ହେଲେ କେନ୍ଦ୍ର ସରକାର ଏହି ରାଜପଥକୁ ଗୁରୁତ୍ୱ ପ୍ରଦାନ କଲେନାହିଁ। ଏହା କେନ୍ଦ୍ର ସରକାରଙ୍କ ଆନ୍ତରିକତା ଅଭାବର ଉଦାହରଣ। ଭାଜପା ନେତୃବୃନ୍ଦ ଗ୍ୟାରେଣ୍ଟି କଥା କହୁଥିବା ବେଳେ ଜାତୀୟ ରାଜପଥ କାର୍ଯ୍ୟ ୬ବର୍ଷ ହେଲା ନ ସରିବା କିଭଳି ଗ୍ୟାରେଣ୍ଟି ତାହା ଏହି ନିର୍ବାଚନରେ ସମସ୍ତେ ଜାଣିବା ଦରକାର। ଭୋକ ବିକଳରେ ତାଟିଆ କାମୁଡ଼ିବା ଭଳି ଅଯଥାରେ ଭାଜପା ନେତୃବୃନ୍ଦ ବିଜେଡି ସରକାରଙ୍କୁ ଦାୟୀ କରୁଛନ୍ତି। ଜିଲା କଂଗ୍ରେସ ସଭାପତି ସୁନୀଲ ଦାଶ କହିଛନ୍ତି, ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଉଭୟେ ଦାୟୀ। ଦୁଇ ଦଳର ଦୁର୍ବଳ ନେତୃତ୍ୱ ଯୋଗୁ ଏହି ପ୍ରମୁଖ ସମସ୍ୟା ସମାଧାନ ହୋଇପାରୁନାହିଁ। ଏଥିପାଇଁ କଂଗ୍ରେସ ପକ୍ଷରୁ ବହୁବାର ଆନ୍ଦୋଳନ କରାଯାଇଛି। ଚଳିତ ନିର୍ବାଚନରେ ଏହା ଦଳର ମୁଖ୍ୟ ପ୍ରସଙ୍ଗ ହେବ। ଭାଜପା କୃଷକ ମୋର୍ଚ୍ଚା ନେତା ରାମଚନ୍ଦ୍ର ପାତ୍ର କହିଛନ୍ତି, ୫୩ନଂ. ଜାତୀୟ ରାଜପଥରେ ଯଦି ଠିକାଦାର ନିର୍ଦ୍ଧାରିତ ସମୟ ମଧ୍ୟରେ ତାଳଚେର-ବହ୍ଲର ପର୍ଯ୍ୟନ୍ତ କାମ ସାରିପାରିଲେ, ତେବେ କଟକ-ଢେଙ୍କାନାଳ-ଅନୁଗୋଳ ମଧ୍ୟରେ କାହିଁକି ରାସ୍ତାକାମ ବିଳମ୍ବ ହେଉଛି। ହିନ୍ଦୋଳ ବିଧାୟିକା, ଢେଙ୍କାନାଳ ଓ ଆଠଗଡ଼ ବିଧାୟକ ଠିକାଦାରଙ୍କୁ କାହିଁକି କାମ କରାଇ ଦେଉନାହାନ୍ତି। ନିର୍ବାଚନ ସମୟରେ କେବଳ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବଦନାମ କରିବାକୁ ଏହା ବିରୋଧୀ ପ୍ରାର୍ଥୀମାନଙ୍କ ଉଦ୍ୟମ ଛଡ଼ା ଅନ୍ୟ କିଛି ନୁହେଁ ବୋଲି ରାମଚନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?