ଦିନକରେ ୫୫ ପଜିଟିଭ୍‌, ଅନୁଗୋଳରେ ଛନକା

ଅନୁଗୋଳ ଅଫିସ,୯।୧: ଦୀର୍ଘଦିନ ପରେ କରୋନା ସଂକ୍ରମିତଙ୍କୁ ନେଇ ଅନୁଗୋଳ ଜିଲାରେ ବଢ଼ିଛି ଚିନ୍ତା। ଶନିବାର ଏକାବେଳେ ଜିଲାରୁ ୫୫ ଜଣ ପଜିଟିଭ୍‌ ଚିହ୍ନଟ ହେବା ଲୋକଙ୍କ ମଧ୍ୟରେ ଛନକା ପୂରାଇଦେଇଛି। ପୂର୍ବରୁ ଜିଲାକୁ ଓମିକ୍ରନ ପ୍ରଜାତି ଛୁଇଁସାରିଥିବା ବେଳେ ଏବେ ହଠାତ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ କଟକଣାକୁ ଅଧିକ କଡ଼ାକଡ଼ି କରାଯିବା ଉପରେ ଗୁରୁତ୍ୱ ଦିଆଯାଉଛି। ବିଶେଷକରି ଜିଲାର କେତୋଟି ସ୍କୁଲରେ କରୋନା ଭୂତାଣୁ ପ୍ରବେଶ କରିବା ପରେ ସଂକ୍ରମଣ ଊର୍ଦ୍ଧ୍ୱମୁଖୀ ହୋଇଥିବା କୁହାଯାଉଛି।
ଦିନକରେ ଜିଲାରୁ ୫୫ ପଜିଟିଭ୍‌ଙ୍କ ଚିହ୍ନଟ ପରେ ଜିଲାରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ୫୮୮ରେ ପହଞ୍ଚତ୍ଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ବଅଁରପାଳ ବ୍ଲକ ଅଞ୍ଚଳରୁ ସର୍ବାଧିକ ୧୯ ଜଣ (୧୦ ପୁରୁଷ ଓ ୯ ମହିଳା) ଥିବାବେଳେ ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ୧୭ (୧୨ ପୁରୁଷ ଓ ୫ ମହିଳା), ତାଳଚେର ବ୍ଲକ ଅଞ୍ଚଳରୁ ୧୧(୭ ପୁରୁଷ ଓ ୪ ମହିଳା) ଓ ଅନୁଗୋଳ ପୌରାଞ୍ଚଳରୁ ୮ ଜଣ (୬ ପୁରୁଷ ଓ ୨ମହିଳା) ରହିଛନ୍ତି। ଲକ୍ଷଣଯୁକ୍ତ ଆକ୍ରାନ୍ତଙ୍କୁ ନିଜ ଘରେ ସଙ୍ଗରୋଧରେ ରଖାଯାଇ ନିରୀକ୍ଷଣ କରାଯାଉଛି ବୋଲି ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି। ସେହିପରି ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୮ ଜଣ କରୋନାରେ ପ୍ରାଣ ହରାଇଥିବାବେଳେ ୧୪ ଲକ୍ଷ ୮୧ ହଜାର ୪୩୯ ଜଣଙ୍କୁ ଟିକା ଦିଆଯାଇସାରିଛି। ଏଥିସହ ୧୫ରୁ ୧୮ ବର୍ଷର ୨ ହଜାର ୬୭୨ଜଣ କିଶୋରୀ କିଶୋରଙ୍କୁ ଶନିବାର ଟିକାକରଣରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ…

ପବନରେ ଉଡିଗଲା ରେଳ ଷ୍ଟେଶନ ଆଜବେଷ୍ଟସ୍‌: କାମକୁ ନେଇ ଲୋକଙ୍କ ମନରେ ଉଠୁଛି ପ୍ରଶ୍ନ

ଲାଠୋର,୧୪/୫(ଭୁବନେଶ୍ୱର ବାରିକ): କାଳବୈଶାଖୀ ବଲାଙ୍ଗିର ଜିଲା ହରିଶଙ୍କର ରୋଡ ରେଳ ଷ୍ଟେଶନ ପ୍ଲାଟଫର୍ମରେ ଥିବା ସେଡର ଆଜବେଷ୍ଟସ ଉଡ଼ିବା ସହ ଲୁହା ପାଚେରି ଲେଉଟି ପଡ଼ିଥିବା ଗୁରୁବାର…

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ: ନିଲମ କଲେଜ ଟପ୍ପର

ଲୋଇସିଂହା,୧୪।୫(ସୁଶାନ୍ତ ବାରୁକ): ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବଲାଙ୍ଗୀର ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ତଥା ବଲାଙ୍ଗୀର ଜେଆଇଟିମ କଲେଜ କଳା ବିଭାଗ…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri