୫୫ ଗାଁରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ: ମନ୍ତ୍ରୀ କହିଲେ ତାଙ୍କ ପାଖେ ନାହିଁ …

କେନ୍ଦୁଝର,୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଣପାହାଡ଼ ଘେରା ତେଲକୋଇ ନିର୍ବାଚନ ମଣ୍ଡଳୀ ଅଧୀନ ତେଲକୋଇ ଓ ବାଂଶପାଳ ବ୍ଲକରେ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ସରକାରୀ ସୂଚନା ଅନୁଯାୟୀ, ୫୫ ଗାଁରେ ମୋବାଇଲ ନେଟଓ୍ବର୍କ ସେବା ଉପଲବ୍ଧ ହେଉନାହିଁ। ତେବେ ଏହି ସଂଖ୍ୟା ଯଥେଷ୍ଟ ଅଧିକ ହେବ ବୋଲି ସ୍ଥାନୀୟ ଲୋକ କହୁଛନ୍ତି। ବିଶେଷ କରି ଦୁର୍ଗମ ଅଞ୍ଚଳର ଅନେକ ଗ୍ରାମରେ ଏହି ସମସ୍ୟା ଲାଗିରହିଛି। ଫଳରେ ସ୍ଥାନୀୟ ଲୋକେ ଯୋଗାଯୋଗ କରିବାରେ ସମସ୍ୟା ଭୋଗୁଛନ୍ତି। ଜରୁରୀକାଳୀନ ଆମ୍ବୁଲାନ୍ସ, ଦମକଳ ସେବା ପାଇବାରେ ଅସୁବିଧା ହେଉଛି। ସେହିପରି ପିଲାଙ୍କ ପାଠପଢ଼ାରେ ମଧ୍ୟ ସମସ୍ୟା ଦେଖାଦେଉଛି। ଅନେକ ମୋବାଇଲ ଟାଓ୍ବାର କାମ କରୁ ନ ଥିବା ବେଳେ କେତେକ ବନ୍ଦ ରହିଥିବା ମଧ୍ୟ ଅଭିଯୋଗ ହୋଇଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରେ କହିଛନ୍ତି ଯେ, ଉକ୍ତ ଅଞ୍ଚଳରେ ମୋବଇାଲ ଟାଓ୍ବାର କାର୍ଯ୍ୟକ୍ଷମ ହେଉ ନ ଥିବା ସମ୍ପର୍କୀୟ ସୂଚନା ତାଙ୍କ ବିଭାଗ ପାଖରେ ନାହିଁ।ଭାରତୀୟ ଦୂରସଂଚାର ବିଭାଗର ସୂଚନା ଅନୁଯାୟୀ, ତେଲକୋଇ ନିର୍ବାଚନ ମଣ୍ଡଳୀର ୪୮୬ ଗ୍ରାମରୁ ୪୩୧ଟି ଗ୍ରାମରେ ମୋବାଇଲ ସେବା ଉପଲବ୍ଧ ଅଛି। ଅବଶିଷ୍ଟ ୫୫ ଗ୍ରାମ ମଧ୍ୟରୁ ୪୩ଟି ଗ୍ରାମକୁ ମୋବାଇଲ ସେବା ଯୋଗାଇଦେବାକୁ ବିଏସ୍‌ଏନ୍‌ଏଲ୍‌ ୪ଜି ସାଚୁରେସନ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରାଯାଇଛି। ଅବଶିଷ୍ଟ ୧୨ଟି ଗ୍ରାମକୁ ମୋବଇଲ ସେବା ଯୋଗାଇଦେବା ପାଇଁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri