ରାଜ୍ୟରେ ପୁଣି ୫୫୦ କରୋନା ପଜିଟିଭ ଚିହ୍ନଟ; ଆଖି ବୁଜିଲେ ୧୨

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ନୂଆ ୫୫୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ …ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ଜଣ କ୍ୱାରାଣ୍ଟାଇନରୁ ଚିହ୍ନଯ ହୋଇଥିବା ବେଳେ ୨୩୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୭୭୮୯ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ୫୫୦ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ସର୍ବାଧିକ ୫୩ ଜଣ ରହିଛନ୍ତି। ସେହିପରି ବାଲେଶ୍ୱର ୨୧, ବରଗଡ଼ ୨୫ , ଭଦ୍ରକ ୫, ବଲାଙ୍ଗୀର ୨୧, ବୌଦ୍ଧ ୨, କଟକ ୩୫, ଦେବଗଡ଼ ୭, ଢେଙ୍କାନାଳ ୫, ଗଞ୍ଜାମ ୪, ଜଗତ୍‌ସିଂହପୁର ୧୯, ଯାଜପୁର ୧୯ , ଝାରସୁଗୁଡ଼ା ୨୫, କଳାହାଣ୍ଡି ୧୯ , କେନ୍ଦ୍ରାପଡ଼ା ୧୬, କେନ୍ଦୁଝର ୧୩, ଖୋର୍ଦ୍ଧା ୪୯, କୋରାପୁଟ ୨, ମାଲକାନଗିରି ୩, ମୟୂରଭଞ୍ଜ ୪୦, ନବରଙ୍ଗପୁର ୮ , ନୟାଗଡ଼ ୨, ନୂଆପଡ଼ା ୩୧, ପୁରୀ ୨୬, ରାୟଗଡ଼ା ୨, ସମ୍ବଲପୁର ୩୭ ସୋନପୁର ୩, ସୁନ୍ଦରଗଡ଼ ୪୭ ଏବଂ ଷ୍ଟେଟ ପୋଲରୁ ୧୧ଜଣ ରହିଛନ୍ତି।
ସେହିପରି ରାଜ୍ୟରେ ଶନିବାର ଆଉ ୧୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୦ରେ ପହଞ୍ଚିଛି।
ଏହି ୧୨ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ କେବଳ ୪ ଜଣ ରହିଛନ୍ତି। ସେହିପରି ଭୁବନେଶ୍ୱରର ୩ ଜଣ ଥିବା ବେଳେ ଅନୁଗୋଳର ୨ ଜଣ ଅଛନ୍ତି। ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri