କାର୍ଯ୍ୟରେ ଯୋଗଦେଲେ ୫୫୦ ଟେକ୍ନିସିଆନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାକୁ ଅଧିକ ଉନ୍ନତ କରିବା ଲାଗି ରାଜ୍ୟ ସରକାର ୫୫୦ ଲାବରେଟୋରି ଟେକ୍ନିସିଆନଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକସେବା ଭବନର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଯୋଡ଼ିହୋଇ ସମ୍ପୃକ୍ତ ଅଧିକାରୀଙ୍କ ମାର୍ଗଦର୍ଶନ କରିଛନ୍ତି। ରୋଗୀଙ୍କୁ ସମ୍ମାନର ସହ ଚିକିତ୍ସା କରିବା ଏବଂ ବୃତ୍ତିଗତ ଶୈଳୀରେ କାର୍ଯ୍ୟ କରିବାକୁ ସେ ନବନିଯୁକ୍ତ ଟେକ୍ନିସିଆନଙ୍କୁ ପରାମର୍ଶ ଦେଇଛନ୍ତି। ୫-ଟି ଉପକ୍ରମର ଗୁରୁତ୍ୱ ସମ୍ପର୍କରେ ସୂଚନାଦେଇ ମୁଖ୍ୟମନ୍ତ୍ରୀ କହିଲେ, ଏହା କ୍ୟାରିଅରର ପ୍ରମୁଖ ନୀତି ହେବା ଆବଶ୍ୟକ। ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ତେଣୁ ରାଜ୍ୟ ସରକାର ଲୋକଙ୍କ ଆବଶ୍ୟକତାକୁ ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ଗୁଣାତ୍ମକ ସ୍ବାସ୍ଥ୍ୟସେବା ଲାଗି ଗତ ମାସରେ ୫୧୦ ଜଣ ମେଡିକାଲ ଅଧିକାରୀ ନିଯୁକ୍ତି ପାଇଥିଲେ। ଏହାପରେ ଥରକରେ ୫୫୦ ଲାବ୍‌ ଟେକ୍ନିସିଆନ ନିଯୁକ୍ତ ହୋଇଛନ୍ତି, ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ‘ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା’ ହେଉଛି ତାଙ୍କ ଶାସନର ମାର୍ଗଦର୍ଶିକା। ଏହା ହାସଲ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।
ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସ୍ବାସ୍ଥ୍ୟକ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଭିଜନ ସମ୍ପର୍କରେ ଆଲୋକପାତ କରିଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ଅଣାଯାଉଥିବା ମନ୍ତ୍ରୀ ସୂଚନା ଦେଇଥିଲେ। ଏହି ଉପଲକ୍ଷେ ସୌମ୍ୟରଞ୍ଜନ ବେହେରା, ଲିଜା ପଟ୍ଟନାୟକ ଏବଂ ଅଭୟ ସାସମଲ ପ୍ରମୁଖ ୩ ନବନିଯୁକ୍ତ ଟେକ୍ନିସିଆନ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ପ୍ରଭାବଶାଳୀ ଢଙ୍ଗରେ ସେମାନେ ଲୋକଙ୍କ ସେବା କରିବା ଲାଗି ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଏବଂ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri