କାର୍ଯ୍ୟରେ ଯୋଗଦେଲେ ୫୫୦ ଟେକ୍ନିସିଆନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାକୁ ଅଧିକ ଉନ୍ନତ କରିବା ଲାଗି ରାଜ୍ୟ ସରକାର ୫୫୦ ଲାବରେଟୋରି ଟେକ୍ନିସିଆନଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକସେବା ଭବନର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଯୋଡ଼ିହୋଇ ସମ୍ପୃକ୍ତ ଅଧିକାରୀଙ୍କ ମାର୍ଗଦର୍ଶନ କରିଛନ୍ତି। ରୋଗୀଙ୍କୁ ସମ୍ମାନର ସହ ଚିକିତ୍ସା କରିବା ଏବଂ ବୃତ୍ତିଗତ ଶୈଳୀରେ କାର୍ଯ୍ୟ କରିବାକୁ ସେ ନବନିଯୁକ୍ତ ଟେକ୍ନିସିଆନଙ୍କୁ ପରାମର୍ଶ ଦେଇଛନ୍ତି। ୫-ଟି ଉପକ୍ରମର ଗୁରୁତ୍ୱ ସମ୍ପର୍କରେ ସୂଚନାଦେଇ ମୁଖ୍ୟମନ୍ତ୍ରୀ କହିଲେ, ଏହା କ୍ୟାରିଅରର ପ୍ରମୁଖ ନୀତି ହେବା ଆବଶ୍ୟକ। ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ତେଣୁ ରାଜ୍ୟ ସରକାର ଲୋକଙ୍କ ଆବଶ୍ୟକତାକୁ ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ଗୁଣାତ୍ମକ ସ୍ବାସ୍ଥ୍ୟସେବା ଲାଗି ଗତ ମାସରେ ୫୧୦ ଜଣ ମେଡିକାଲ ଅଧିକାରୀ ନିଯୁକ୍ତି ପାଇଥିଲେ। ଏହାପରେ ଥରକରେ ୫୫୦ ଲାବ୍‌ ଟେକ୍ନିସିଆନ ନିଯୁକ୍ତ ହୋଇଛନ୍ତି, ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ‘ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା’ ହେଉଛି ତାଙ୍କ ଶାସନର ମାର୍ଗଦର୍ଶିକା। ଏହା ହାସଲ କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।
ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ସ୍ବାସ୍ଥ୍ୟକ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଭିଜନ ସମ୍ପର୍କରେ ଆଲୋକପାତ କରିଥିଲେ। ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଉନ୍ନତି ଅଣାଯାଉଥିବା ମନ୍ତ୍ରୀ ସୂଚନା ଦେଇଥିଲେ। ଏହି ଉପଲକ୍ଷେ ସୌମ୍ୟରଞ୍ଜନ ବେହେରା, ଲିଜା ପଟ୍ଟନାୟକ ଏବଂ ଅଭୟ ସାସମଲ ପ୍ରମୁଖ ୩ ନବନିଯୁକ୍ତ ଟେକ୍ନିସିଆନ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିଥିଲେ। ପ୍ରଭାବଶାଳୀ ଢଙ୍ଗରେ ସେମାନେ ଲୋକଙ୍କ ସେବା କରିବା ଲାଗି ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିବା ବେଳେ ସ୍ବାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଏବଂ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?