୫୫୮ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୭।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାର ୮୨୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୨୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୦ ହଜାର ୪ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୫ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୯୫ ହଜାର ୧୪ ରହିଛି। ୫୫୪ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୯ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୩ ହଜାର ୭୫୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୬ ପ୍ରତିଶତ ରହିଛି।

ବର୍ତ୍ତମାନ ସୁଦ୍ଧା ୧୨୮ କୋଟି ୭୬ ଲକ୍ଷ ୧୦ ହଜାର ୫୯୦ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୯ ଲକ୍ଷ ୩୯ ହଜାର ୩୮ ଜଣଙ୍କୁ ଟିକାଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୦ ଲକ୍ଷ ୭୯ ହଜାର ୬୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୬ ଲକ୍ଷ ୩୩ ହଜାର ୨୫୫ରେ ପହଞ୍ଚିଛି। ତେବେ ଧିରେ ଧିରେ ଭିଡ଼ ବଢୁଥବାରୁ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି।

ଇତି ମଧ୍ୟରେ ଦେଶରେ କରେନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି।

Share