Posted inଜାତୀୟ

ଓଡ଼ିଶାରେ ୫୫୯ ବର୍ଗ କି.ମି. ଜଙ୍ଗଲ ବଢ଼ିଛି

ନୂଆଦିଲ୍ଲୀ,୨୨ା୧୨(ପି.ଟି.): ୨୦୨୧ରୁ ୨୦୨୩ ମଧ୍ୟରେ ସାରା ଭାରତର ୧,୪୪୫ ବର୍ଗ କି.ମି. ଅଞ୍ଚଳରେ ଜଙ୍ଗଲ ବଢ଼ିଛି, ଯାହାକି ଦେଶର ମୋଟ ଭୌଗୋଳିକ କ୍ଷେତ୍ରର ୨୫.୧୭%। ଏଥିରୁ ୫୫୯ ବର୍ଗ କି.ମି. ବିସ୍ତୃତ ଅଞ୍ଚଳରେ ଓଡ଼ିଶାର ଜଙ୍ଗଲ ବୃଦ୍ଧି ପାଇଛି। ଛତିଶଗଡ଼ ଓ ଉତ୍ତରପ୍ରଦେଶ ପରେ ଜଙ୍ଗଲ ବୃଦ୍ଧିରେ ଓଡ଼ିଶା ହେଉଛି ତୃତୀୟ ରାଜ୍ୟ। ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଇଣ୍ଡିଆ ଷ୍ଟେଟ୍‌ ଅଫ୍‌ ଫରେଷ୍ଟ ରିପୋର୍ଟ (ଆଇଏସ୍‌ଏଫ୍‌ଆର୍‌)୨୦୨୩ରେ ଏହି ତଥ୍ୟ ଉଲ୍ଲେଖ କରାଯାଇଛି। ଅନ୍ୟପକ୍ଷେ ଭାରତର ୩୩% ଅଞ୍ଚଳ ଜଙ୍ଗଲ ଦ୍ୱାରା ଆଚ୍ଛାଦିତ ହୋଇ ରହିବା ନେଇ ଜାତୀୟ ଜଙ୍ଗଲ ନୀତି-୧୯୮୮ରେ ଲକ୍ଷ୍ୟ ରଖାଯାଇଥିଲା। ସେହି ଦୃଷ୍ଟିରୁ ଦେଶ ଓ ରାଜ୍ୟରେ ବର୍ଦ୍ଧିତ ଜଙ୍ଗଲ ପର୍ଯ୍ୟାପ୍ତ ନୁହେଁ। ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ ଜଙ୍ଗଲ ଜମି ପରିମାଣ ୧,୪୪୫ ବର୍ଗ କିଲୋମିଟର ବଢ଼ିଥିବା ସରକାରଙ୍କ ସଦ୍ୟତମ ତଥ୍ୟରୁ ଜଣାପଡ଼ିଛି। ଭାରତର ଜଙ୍ଗଲ ସ୍ଥିତି ରିପୋର୍ଟ (ଆଇଏସ୍‌ଏଫ୍‌ଅର୍‌), ୨୦୨୩ ଶନିବାର ପ୍ରକାଶ ପାଇଛି। ଉକ୍ତ ରିପୋର୍ଟ ଅନୁଯାୟୀ ୨୦୨୩ରେ ଦେଶର ମୋଟ ଜଙ୍ଗଲ ପରିମାଣ ୭,୧୫,୩୪୩ ବର୍ଗ କିଲୋମିଟରକୁ ବୃଦ୍ଧି ପାଇଛି, ଯାହାକି ମୋଟ ଭୌଗୋଳିକ ଅଞ୍ଚଳର ୨୧.୭୬ ପ୍ରତିଶତ। ବୃକ୍ଷଲତା ପରିପୂର୍ଣ୍ଣ ଅଞ୍ଚଳ ୧,୨୮୯ ବର୍ଗ କିଲୋମିଟର ବୃଦ୍ଧି ପାଇଛି, ଯାହା ମୋଟ ଭୌଗୋଳିକ ଅଞ୍ଚଳର ୩.୪୧ ପ୍ରତିଶତ। ଅର୍ଥାତ୍‌ ମୋଟ ଜଙ୍ଗଲ ଏବଂ ଗଛଲତା ପରିପୂର୍ଣ୍ଣ ଅଞ୍ଚଳ ମିଶି ୮,୨୭,୩୫୭ ବର୍ଗ କିଲୋମିଟର ହୋଇଛି, ଯାହାକି ଭାରତର ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତ।
ଭାରତର ଜଙ୍ଗଲ ସର୍ଭେ (ଏଫ୍‌ଏସ୍‌ଆଇ) ଅନୁଯାୟୀ, ୧୦ ପ୍ରତିଶତରୁ ଅଧିକ ବୃକ୍ଷ ଆଚ୍ଛାଦିତ ଜମି ଏକ ହେକ୍ଟର କିମ୍ବା ଅଧିକ ଥିଲେ, ଏହାକୁ ଜଙ୍ଗଲ ଜମି ଭାବେ ଗ୍ରହଣ କରାଯାଇଥାଏ। ଏଥିରେ ପ୍ରାକୃତିକ ଜଙ୍ଗଲ ଏବଂ ମନୁଷ୍ୟକୃତ ବନୀକରଣ, ସହର ଓ ଗ୍ରାମାଞ୍ଚଳର ଫଳୋଦ୍ୟାନ ଇତ୍ୟାଦି ରହିଛି। ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଆଚ୍ଛାଦିତ ଅଞ୍ଚଳରେ ମଧ୍ୟପ୍ରଦେଶ କ୍ରମାଗତ ଭାବେ ଶୀର୍ଷରେ ରହିଆସିଥିବାବେଳେ ଏହା ପଛକୁ ଅରୁଣାଚଳପ୍ରଦେଶ ଏବଂ ମହାରାଷ୍ଟ୍ର ରହିଛି। ଛତିଶଗଡ଼, ଉତ୍ତରପ୍ରଦେଶ, ଓଡ଼ିଶା ଏବଂ ରାଜସ୍ଥାନରେ ଜଙ୍ଗଲ ଓ ବୃକ୍ଷଲତା ଆବୃତ୍ତ ଅଞ୍ଚଳ ପରିମାଣ ସର୍ବାଧିକ ବୃଦ୍ଧି ପାଇଛି। ସେହିପରି ମିଜୋରାମ, ଗୁଜରାଟ ଏବଂ ଓଡ଼ିଶାରେ ନିର୍ଦ୍ଦିଷ୍ଟ ଭାବେ ଜଙ୍ଗଲ ଅଞ୍ଚଳ ବଢ଼ିଥିବା ସର୍ଭେରୁ ଜଣାପଡ଼ିଛି। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଧ୍ୟରେ ମିଜୋରାମରେ ଜଙ୍ଗଲ ଅଞ୍ଚଳ ୨୪୨ ବର୍ଗକିଲୋମିଟର ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri