ନରାକାସ୍‌ ଭୁବନେଶ୍ବରର ୫୫ତମ ଅର୍ଦ୍ଧବାର୍ଷିକ ବୈଠକ

ଭୁବନେଶ୍ୱର,୨।୨: ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ବରର ୫୫ତମ ଅର୍ଦ୍ଧବାର୍ଷିକ ବୈଠକ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ଭୁବନେଶ୍ୱର ସର୍କଲ ଓଡ଼ିଶାର ମୁଖ୍ୟ ମହାପ୍ରବନ୍ଧକ ତଥା ନରାକାସ୍‌ (ବ୍ୟାଙ୍କ)ର ଅଧ୍ୟକ୍ଷ ଦିନେଶ ପୃଥୀ ସଭାପତିତ୍ୱରେ ସଭା କାର୍ଯ୍ୟ ପରିଚାଳିତ ହୋଇଥିଲା।

ଏହି ଅବସରରେ ଗୃହ ମନ୍ତ୍ରଣାଳୟ ରାଜଭାଷା ବିଭାଗର ପ୍ରତିନିଧି ତଥା ସହାୟକ ନିର୍ଦ୍ଦେଶକ (କାର୍ଯ୍ୟାନ୍ବୟନ) ନିର୍ମଳ କୁମାର ଦୁବେଙ୍କ ସମେତ ସାରଦା ପ୍ରସନ୍ନ ମହାନ୍ତି, କ୍ଷେତ୍ରୀୟ ନିର୍ଦ୍ଦେଶକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ଡା. ସୁଧାଂଶୁ କେ.କେ.ମିଶ୍ର, ମୁଖ୍ୟ ମହାପ୍ରବନ୍ଧକ, ନାବାର୍ଡ ମନୋଜ କୁମାର ସିଂହ,ଉପାଧ୍ୟକ୍ଷ ଏବଂ ମଣ୍ଡଳ ବିକାଶ ଅଧିକାରୀ, ଭାରତୀୟ ଷ୍ଟେଟ ବ୍ୟାଙ୍କ ତଥା ଭୁବନେଶ୍ବରସ୍ଥିତ ସମସ୍ତ ସରକାରୀ ବ୍ୟାଙ୍କ ଏବଂ ବୀମା କମ୍ପାନୀଗୁଡ଼ିକର ଉପ ମହାପ୍ରବନ୍ଧକ, ବରିଷ୍ଠ କାର୍ଯ୍ୟପାଳକ ଏବଂ ରାଜଭାଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ସେହିଭଳି ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱରର ଉପସଭାପତି ମନୋଜ କୁମାର ସିଂହ ସ୍ବାଗତ ଭାଷଣ ପ୍ରଦାନ ସହ ସମସ୍ତ ସଦସ୍ୟଙ୍କ ସକ୍ରିୟ ସହଯୋଗ ପାଇଁ ବେଶ୍‌ ପ୍ରଶଂସା କରିବା ସହ ପୁଣେଠାରେ ଅନୁଷ୍ଠିତ ୩ୟ ସର୍ବଭାରତୀୟ ରାଜଭାଷା ସମ୍ମିଳନୀରେ ନରାକାସ୍‌ (ବ୍ୟାଙ୍କ) ଭୁବନେଶ୍ୱର ଦ୍ୱାରା ପ୍ରାପ୍ତ ନାରକାସ୍‌ ରାଜଭାଷା ସମ୍ମାନ ପୁରସ୍କାର ବିଷୟରେ ସୂଚନା ପ୍ରଦାନକରି ସମସ୍ତ ସଦସ୍ୟଙ୍କ କାର୍ଯ୍ୟାଳୟକୁ ଏହାର ଶ୍ରେୟ ପ୍ରଦାନ କରିଥିଲେ। ଉକ୍ତ ବୈଠକରେ ସଦସ୍ୟ ବ୍ୟାଙ୍କଗୁଡ଼ିକ ଦ୍ୱାରା ରାଜଭାଷାର ପ୍ରଚାର ପ୍ରସାର ପାଇଁ ଗତ ୬ମାସରେ ଆୟୋଜନ କରାଯାଇଥିବା ବିଭିନ୍ନ ହିନ୍ଦୀ କାର୍ଯ୍ୟକ୍ରମ ସମ୍ପର୍କିତ ରିପୋର୍ଟ ଉପସ୍ଥାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri