ଏକାଠି ମଦ ପିଇ ନିଶାରେ ଯିଏ ଯାହାକୁ ପାରିଲେ ପିଟିଲେ; ଆଉ ତା’ ପରେ

ଦିଗପହଣ୍ଡି,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ ଜାତୀୟ ରାଜପଥ ମାଁ ଚାମୁଣ୍ଡା ମନ୍ଦିର ନିକଟ ମୁଖ୍ୟରାସ୍ତା ରେ ଗ୍ରାମର ୨ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ନିଶାସକ୍ତ ଅବସ୍ଥାରେ ଦିଗପହଣ୍ଡି ଏବଂ ଡେଙ୍ଗାଓସ୍ତା – ଖଜୁରୀପଦା ଗ୍ରାମର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ୫ ଯୁବକ ଗୁରୁତର ଆହାତ ହୋଇଥିବା ବେଳେ ଛୁରା ମାଡ଼ରେ ଉଭୟ ଗୋଷ୍ଠୀର ୩ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି। ସେମାନଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ଚିକିତ୍ସା କରାଯିବା ପରେ ଜଣଙ୍କ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଶନିବାର ଅପରାହ୍ନରେ କଟକ ବଡ଼ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଶୁକ୍ରବାର ରାତିରେ ଦିଗପହଣ୍ଡିର କିଛି ଯୁବକ ରାସ୍ତାକଡରେ ଥିବା ମଦ ଦୋକାନରୁ ମଦ ପିଉଥିଲେ। ଡେଙ୍ଗାଓସ୍ତା – ଖଜୁରୀ ପଦାର ୧୫ରୁ ଊଦ୍ଧର୍‌ବ ଯୁବକ ସେଠାରେ ପହଞ୍ଚି ମଦ ପିଇଥିଲେ। ନିଶାସକ୍ତ ଅବସ୍ଥାରେ ସେମାନଙ୍କ ମଧ୍ୟରେ ସାମାନ୍ୟ ବଚସାରୁ ଗଣ୍ଡଗୋଳର ସୂତ୍ରପାତ ଘଟିଥିଲା। ସେମାନେ ପରସ୍ପର ଉପରେ ଆକ୍ରମଣ କରିଥିଲେ। ଖବରପାଇ ଆଇଆଇସି ସଦଳବଳ ଘଟଣାସ୍ଥଳରେ ପହଞ୍ଚିବାରୁ ଉଭୟ ଗୋଷ୍ଠୀର ଯୁବକମାନେ ଅନ୍ଧାର ରାତିର ସୁଯୋଗ ନେଇ ଛତ୍ରଭଙ୍ଗ ଦେଇଥିଲେ। ରାସ୍ତା ଉପରେ ଆହତ ଅବସ୍ଥାରେ ପଡିଥିବା ଯୁବକମାନଙ୍କୁ ଉଦ୍ଧାର କରାଯାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପରେ ପୋଲିସ ଘଟଣାସ୍ଥଳରୁ ୫ ବାଇକ, ରକ୍ତ ଲଗା ଛୁରି ଏବଂ ଏକ ମାଉଜର ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri