ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ ଗବେଷଣାମୂଳକ ସର୍ଭେରୁ ଜଣାପଡ଼ିଛି। ପ୍ଲାଷ୍ଟିକ୍‌ ଉତ୍ପାଦନ ମାତ୍ରାର ପ୍ରତ୍ୟେକ ପ୍ରତିଶତରେ ସମ ହାରର ପରିବେଶର ପ୍ଲାଷ୍ଟିକ୍‌ଜନିତ ପ୍ରଦୂଷଣ ବୃଦ୍ଧି ପାଉଛି ବୋଲି ଗବେଷକମାନେ ନିଷ୍କର୍ଷରେ ପହଞ୍ଚତ୍ଛନ୍ତି। ଅଣଲାଭକାରୀ ସଂସ୍ଥା ଦି ୫ ଗାଇରେସ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ନିର୍ଦ୍ଦେଶକ ଲିଶା ଏର୍ଡଲେ କହିଛନ୍ତି, ପ୍ଲାଷ୍ଟିକ୍‌ ଉତ୍ପାଦନ ହିଁ ପ୍ରଦୂଷଣ। ସ୍ବେଚ୍ଛାସେବୀମାନଙ୍କର ଏକ ଅନ୍ତର୍ଜାତୀୟ ଦଳ ୮୪ଟି ଦେଶରୁ ସଂଗୃହୀତ ୧୮,୭୦,୦୦୦ ପ୍ଲାଷ୍ଟିକ୍‌ ବର୍ଜ୍ୟ ଉପକରଣ ଉପରେ ଗବେଷଣା କରିଥିଲେ। ଥରେ ବ୍ୟବହାରଯୋଗ୍ୟ ଖାଦ୍ୟ ପ୍ୟାକେଟ, ବେଭେରେଜ ଓ ତମାଖୁ ଉତ୍ପାଦଗୁଡ଼ିକର ଖୋଳ ଆଦି ଉପରେ ଗବେଷଣା ପାଇଁ ସେମାନଙ୍କୁ ୫ ବର୍ଷ ଲାଗିଥିଲା। ଗବେଷଣାରୁ ଜଣାପଡ଼ିଛି ଯେ, ଅଧାରୁ ଅଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ଏଭଳି ସାମଗ୍ରୀ ଉତ୍ପାଦନ କରୁଥିବା ୫୬ଟି ଫାଷ୍ଟ-ମୁଭିଂ କଞ୍ଜ୍ୟୁମର ଗୁଡ୍ସ (ଏଫ୍‌ଏମ୍‌ସିଜି) ବହୁରାଷ୍ଟ୍ରୀୟ କମ୍ପାନୀକୁ ଦାୟୀ କରାଯାଇପାରିବ। ଏକ-ଚତୁର୍ଥାଂଶ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପଛରେ ୬ଟି କମ୍ପାନୀ ରହିଛି। ଦୁଇ ତମାଖୁ କମ୍ପାନୀ ଅଲଟ୍ରିଆ ଏବଂ ଫିଲିପ୍‌ ମୋରିସ୍‌ ଇଣ୍ଟରନ୍ୟାଶନାଲ ମିଳିତ ଭାବେ ୨% ପ୍ରଦୂଷଣ ପାଇଁ ଦାୟୀ। ସେହିପରି ଡାନୋନ୍‌ ଏବଂ ନେସ୍‌ଲେ ଏଥିରୁ ୩% ଲେଖାଏ ପ୍ରଦୂଷଣ ସୃଷ୍ଟି କରୁଛନ୍ତି। ପେପ୍ସିକୋ ୫% ପ୍ୟାକେଜିଂ ଆବର୍ଜନା ସୃଷ୍ଟି କରୁଥିବାବେଳେ କୋକାକୋଲା କମ୍ପାନୀ ୧୧% ବ୍ରାଣ୍ଡେଡ୍‌ ପ୍ଲାଷ୍ଟିକ୍‌ ଆବର୍ଜନା ସୃଷ୍ଟିକାରୀ କମ୍ପାନୀ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri