ରାଜ୍ୟର ୫୬% ଗ୍ରାମାଞ୍ଚଳରେ ପାନୀୟ ଜଳ ବ୍ୟବସ୍ଥା ନାହିଁ: ଭାଜପା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ୨୨ବର୍ଷ ଶାସନ କ୍ଷମତାରେ ରହି ମଧ୍ୟ ଜଳ ସଂରକ୍ଷଣ ବ୍ୟବସ୍ଥାରେ ଫେଲ୍‌ ହୋଇଥିବା ରାଜ୍ୟ ସରକାର ରାଜ୍ୟରେ ସାମାନ୍ୟ କେନାଲଟିଏ ମଧ୍ୟ ନିର୍ମାଣ କରିବାରେ ବିଫଳ ହୋଇଛନ୍ତି। ରାଜ୍ୟର ୩୧୪ ବ୍ଲକରୁ ୧୬୦ଟି ବ୍ଲକରେ ପାନୀୟ ଜଳ ପ୍ରକଳ୍ପ କାଗଜକଲମରେ ସୀମିତ ରହିଛି। ରାଜ୍ୟର ୫୬ ପ୍ରତିଶତ ଗ୍ରାମାଞ୍ଚଳରେ ପାନୀୟ ଜଳ ବ୍ୟବସ୍ଥା ନାହିଁ। ଗଞ୍ଜାମରେ ୨୩୭ଟି ପ୍ରକଳ୍ପରୁ ୧୧୩ଟି ପ୍ରକଳ୍ପ ଏ ପର୍ଯ୍ୟନ୍ତ ଆରମ୍ଭ ହୋଇପାରି ନାହିଁ। ଆଦିବାସୀ ଓ ଶିଳ୍ପ ଜିଲା ଭାବେ ପରିଚିତ ସୁନ୍ଦରଗଡ଼ ଜିଲାରେ ମାତ୍ର ୭ ପ୍ରତିଶତ ଘରକୁ ପାଣି ଯୋଗାଣ ହୋଇଛି।
ଜାତୀୟସ୍ତରରେ ୮୩ ପ୍ରତିଶତ ବିଦ୍ୟାଳୟ ଏବଂ ୭୮ ପ୍ରତିଶତ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପାନୀୟ ଜଳ ବ୍ୟବସ୍ଥା ଥିବାବେଳେ ଓଡ଼ିଶାରେ ୬୭ ପ୍ରତିଶତ ବିଦ୍ୟାଳୟ ଏବଂ ୫୪ ପ୍ରତିଶତ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପାନୀୟ ଜଳ ଯୋଗାଣ ହୋଇଛି। ଏପରି କି ଓଡ଼ିଶାର ୪୦ ପ୍ରତିଶତ ଗ୍ରାମରେ ‘ଗ୍ରାମ ଜଳ ଓ ପରିମଳ କମିଟି’ ଗଠନ ହୋଇନାହିଁ। ୨୦୧୯ ଡିସେମ୍ବର ୩ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭ ଦେଇଥିବା ୧୧୦ଟି ମେଗା ଜଳ ପ୍ରକଳ୍ପ ଶେଷ ହୋଇନାହିଁ। ୨୦୨୧-୨୨ ଆର୍ଥିକ ବର୍ଷରେ ପାନୀୟ ଜଳ ବାବଦରେ ରାଜ୍ୟ ସରକାର ମାତ୍ର ୪୨.୦୭ କୋଟି ଟଙ୍କା ଖର୍ଚ୍ଚ କରିଥିଲେ।
୨୦୧୯ ମସିହାରୁ ପାନୀୟ ଜଳ ପ୍ରକଳ୍ପ ବାବଦରେ ୧୨୯୮.୭୧ କୋଟି ଟଙ୍କାର କେନ୍ଦ୍ରୀୟ ଅନୁଦାନକୁ ବ୍ୟବହାର କରିବାରେ ରାଜ୍ୟ ସରକାର ବିଫଳ ହୋଇଥିଲେ। ଗତ ୨୦୨୧-୨୨ ଆର୍ଥିକ ବର୍ଷରେ ପାନୀୟ ଜଳ ବାବଦରେ ଖର୍ଚ୍ଚ ନ କରିପାରିବା କାରଣରୁ ୮୩୧କୋଟି ଟଙ୍କା ଫେରିଯିବା ରାଜ୍ୟ ସରକାରଙ୍କ ଅପାରଗତାକୁ ସ୍ପଷ୍ଟ ପ୍ରମାଣିତ କରିଛି ବୋଲି ଭାଜପା ରାଜ୍ୟ ମୁଖପାତ୍ର ତଥା ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାର ସିଂହ କହିଛନ୍ତି।
ରାଜ୍ୟର ସବୁ ନଦୀ, ନାଳ ଏକପ୍ରକାର ଶୁଷ୍କ ହେବାରୁ ଲୋକମାନେ ପିଇବା ପାଣି ଓ ଚାଷ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମହିଳାମାନେ ଚୁଆରୁ ପାଣି ଆଣି ପାନୀୟ ଜଳ ଭାବେ ବ୍ୟବହାର କରିବାର ଦୃଶ୍ୟ ଅତ୍ୟନ୍ତ ଅବର୍ଣ୍ଣନୀୟ। ପାନୀୟ ଜଳ ପ୍ରକଳ୍ପ ପାଇଁ ରାଜ୍ୟର ବହୁ ସ୍ଥାନରେ ପାଇପ ପଡ଼ି ରହିଛି, କିନ୍ତୁ ବିଜୁଳି ସଂଯୋଗ ହୋଇନାହିଁ। ଅନେକ ସ୍ଥାନରେ ପାଇପ ଫାଟି ଯାଇଥିବା ଚିତ୍ର ମଧ୍ୟ ଦେଖିବାକୁ ମିଳୁଛି।
ପାଇପ କିଣାରେ ବ୍ୟାପକ ଦୁର୍ନୀତି ହେଉଛି।
ଅନ୍ୟପଟେ କେନ୍ଦ୍ରୀୟ ଅନୁଦାନକୁ ରାଜ୍ୟ ସରକାର ବଡ଼ ବଡ଼ ହୋର୍ଡିଂ ଓ ବିଜ୍ଞାପନ ଜରିଆରେ କେବଳ ଦଳୀୟ ପ୍ରଚାର କାର୍ଯ୍ୟରେ ବ୍ୟବହାର କରୁଛନ୍ତି ଅଥଚ କେନ୍ଦ୍ର ଜଳଜୀବନ ମିଶନ ଲୋଗୋ କିମ୍ବା କେନ୍ଦ୍ରୀୟ ଅନୁଦାନ ସମ୍ପର୍କରେ କୌଣସି ସୂଚନା ନାହିଁ। ସମସ୍ତଙ୍କୁ ପାନୀୟ ଜଳ ଯୋଗାଇ ଦେବା ଉଦ୍ଦେଶ୍ୟ ନେଇ ମିଶନ ମୋଡ୍‌ରେ ଆରମ୍ଭ ହୋଇଥିବା କେନ୍ଦ୍ରୀୟ ଯୋଜନା ‘ହର୍‌ ଘର୍‌, ନଲ୍‌ ପେ ଜଲ୍‌’ ଯୋଜନାକୁ ରାଜ୍ୟରେ ଠିକ୍‌ ଏବଂ ନିର୍ଦ୍ଧାରିତ ସମୟରେ ସମାପ୍ତ କରିବା ପାଇଁ ରାଜ୍ୟ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ମୁଖପାତ୍ର ବିରଞ୍ଚିି ନାରାୟଣ ତ୍ରିପାଠୀ ଏବଂ ରାଜ୍ୟ ଗଣମାଧ୍ୟମ ସହ ମୁଖ୍ୟ ସୁଜିତ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri