Posted inଜାତୀୟ

୯ ଘଣ୍ଟାରେ ୫୬ ପ୍ରଶ୍ନ

ନୂଆଦିଲ୍ଲୀ, ୧୭ା୪(ପି.ଟି.): ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ସିବିଆଇ ରବିବାର ପ୍ରାୟ ୯ ଘଣ୍ଟା ଜେରା କରିଛି। ତାଙ୍କୁ ଉକ୍ତ ଦୁର୍ନୀତି ମାମଲାର ଜଣେ ସାକ୍ଷୀ ଭାବେ ତଦନ୍ତକାରୀ ଅଧିକାରୀମାନେ ୫୬ଟି ପ୍ରଶ୍ନ ପଚାରିଥିଲେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ତେବେ ପରବର୍ତ୍ତୀ ଜେରା ପାଇଁ ତାଙ୍କୁ ସମନ ହୋଇନାହିଁ।
ତଦନ୍ତକାରୀ ସଂସ୍ଥା ଭାଜପା ଇଙ୍ଗିତରେ କାର୍ଯ୍ୟ କରୁଥିବା ଅଭିଯୋଗ କରି ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ନେତାମାନେ ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତାଙ୍କୁ ଗିରଫ କରିବା ଲାଗି ସିବିଆଇକୁ ଭାଜପା ନିଶ୍ଚୟ ନିର୍ଦ୍ଦେଶ ଦେଇଥିବ ବୋଲି କେଜ୍‌ରିଓ୍ବାଲ ସିବିଆଇ କାର୍ଯ୍ୟାଳୟରେ ପହଞ୍ଚତ୍ବା ପୂର୍ବରୁ ଟୁଇଟରରେ ଏକ ଭିଡିଓ ବାର୍ତ୍ତା ପୋଷ୍ଟ କରିଥିଲେ। ଜେରା ପାଇଁ ସିବିଆଇ ସମନ କରିବା ପରେ ଏଏପି ଆବାହକ କେଜ୍‌ରିଓ୍ବାଲଙ୍କୁ ବହୁ ବିରୋଧୀ ଦଳ ନେତା ସମର୍ଥନ ଜଣାଇଛନ୍ତି। ଅବକାରୀ ମାମଲାରେ ତାଙ୍କର କିଛି ଲୁଚାଇବାର ନାହିଁ। ସେ ସଚ୍ଚୋଟତାର ସହ ସିବିଆଇର ପ୍ରତ୍ୟେକ ପ୍ରଶ୍ନର ଉତ୍ତର ଦେବେ ବୋଲି କହିଛନ୍ତି। ତାଙ୍କର ଲାଏ-ଡିଟେକ୍ଟର ପରୀକ୍ଷା କରାଯାଉ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିବାବେଳେ ଦୁର୍ନୀତିରୁ ଲୋକଙ୍କ ନଜର ହଟାଇବା ପାଇଁ କେଜ୍‌ରିଓ୍ବାଲ ଡ୍ରାମାବାଜି କରୁଥିବା ଭାଜପା ଅଭିଯୋଗ କରିଛି।
ଅବକାରୀ ମାମଲାରେ ପୂର୍ବତନ ଉପମୁଖ୍ୟନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗତ ମାସରେ ସିବିଆଇ ଗିରଫ କରିଥିଲା। କେଜ୍‌ରିଓ୍ବାଲଙ୍କୁ ସିବିଆଇ ଗିରଫ କରିପାରେ ବୋଲି ଆଶଙ୍କା କରି ଭାଜପା ନେତାମାନେ ଏକ ଜରୁରୀ ବୈଠକରେ ଏକାଠି ହୋଇଥିଲେ। ଅପରାହ୍ନ ୫ଟାରେ ଏଏପି ନେତା ଗୋପାଳ ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଦଳର ଜାତୀୟ ସମ୍ପାଦକ ପଙ୍କଜ ଗୁପ୍ତା, ଦିଲ୍ଲୀ ମେୟର ଶେଲି ଓବେରୋଇ, ଡେପୁଟି ମେୟର ଆଲେ ଇକ୍‌ବାଲ ଓ ଦଳର ଅନ୍ୟ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ରବିବାର ସକାଳେ କେଜ୍‌ରିଓ୍ବାଲ ରାଜଘାଟସ୍ଥିତ ମହାତ୍ମା ଗାନ୍ଧୀ ସ୍ମାରକ ସ୍ଥଳକୁ ଯିବା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଓ କେତେଜଣ କ୍ୟାବିନେଟ ସହଯୋଗୀଙ୍କ ସହ ସିବିଆଇ କାର୍ଯ୍ୟାଳୟକୁ ଯାଇଥିଲେ। ତାଙ୍କୁ ଜେରା ସମୟରେ ଆର୍କବିଶପ୍‌ ରୋଡରେ ଧାରଣାରେ ବସିଥିବା କେତେଜଣ ବରିଷ୍ଠ ଏଏପି ନେତାଙ୍କୁ ଦିଲ୍ଲୀ ପୋଲିସ ଅଟକ ରଖିଥିଲା। ସେମାନଙ୍କ ମଧ୍ୟରେ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ, ରାଘବ ଚଢ଼ା, ଦିଲ୍ଲୀ ମନ୍ତ୍ରୀ ସୌରଭ ଭରଦ୍ୱାଜ, ଅତିଶି ଏବଂ କୈଳାସ ଗେହଲଟ ପ୍ରମୁଖ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri