Posted inଜାତୀୟ

ମୋଦିଙ୍କ ଗୃହରାଜ୍ୟର ୫୬୦ ଧୀବର ପାକିସ୍ତାନ ଜେଲରେ ବନ୍ଦୀ: ବିଧାନସଭାରେ ସରକାରଙ୍କ ଜବାବ…

ଅହମଦାବାଦ,୭।୩ : ବିଧାନସଭାରେ ଗୁଜରାଟ ସରକାର ସୂଚନା ଦେଇଛନ୍ତି ଯେ ରାଜ୍ୟର ୫୬୦ ଧୀବର ପାକିସ୍ତାନ ଜେଲରେ ଅଛନ୍ତି। ସେମାନେ ଭୁଲରେ ଭାରତୀୟ ସାମୁଦ୍ରିକ ସୀମା ପାର ହୋଇ ମାଛ ଧରୁଥିବାବେଳେ ପାକିସ୍ତାନୀ ତଟରକ୍ଷୀ ବାହିନୀ ହାତରେ ଧରାପଡିଥିଲେ। ବିଧାନସଭାରେ ଏ ବିଷୟରେ ଏକ ପ୍ରଶ୍ନର ଉତ୍ତରରେ ସରକାର ଏପରି କହିଛନ୍ତି। ଗୁଜୁରାଟର ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାଘବଜୀ ପଟେଲ କହିଛନ୍ତି ଯେ ୩୧ ଡିସେମ୍ବର ୨୦୨୨ ସୁଦ୍ଧା ରାଜ୍ୟର ମୋଟ ୫୬୦ ଧୀବର ପାକିସ୍ତାନ ଜେଲରେ ଅଛନ୍ତି।

୨୦୨୧ ମସିହାରେ ଗୁଜୁରାଟର ୧୯୩ ଧୀବର ଦ୍ୱାରା ଧରାପଡିଥିଲେ। ୨୦୨୨ ମସିହାରେ ଏହି ସଂଖ୍ୟା ୮୧ ଥିଲା।ଗତ ଦୁଇ ବର୍ଷ ମଧ୍ୟରେ ପାକିସ୍ତାନ ଦ୍ୱାରା ୫୫ ଜଣ ଭାରତୀୟ ଧୀବରଙ୍କୁ ମୁକ୍ତ କରାଯାଇଛି। ସେଥିମଧ୍ୟରୁ ୨୦୨୧ ମସିହାରେ ୨୦ ଜଣ ଏବଂ ୨୦୨୨ ମସିହାରେ ୩୫ ଜଣଙ୍କୁ ମୁକ୍ତ କରାଯାଇଥିଲା।

ପାକିସ୍ତାନ ସେନା ଦ୍ୱାରା ଧରାଯାଇଥିବା ଧୀବରଙ୍କ ପରିବାରକୁ ସରକାର ଦେଇଥିବା ସହାୟତାକୁ ଦୃଷ୍ଟିରେ ରଖି ଗୁଜରାଟ ସରକାର ସୂଚନା ଦେଇଛନ୍ତି ଯେ ପାକିସ୍ତାନୀ ଜେଲରେ ରହୁଥିବା ୩୨୩ ମତ୍ସ୍ୟଜୀବୀଙ୍କ ପରିବାରଙ୍କୁ ପ୍ରତିଦିନ ୩୦୦ ଟଙ୍କା ସହାୟତା ଦିଆଯାଉଛି। ୨୦୨୧ ମସିହାରେ ୩୦୦ ପରିବାରଙ୍କୁ ଏହି ଆର୍ଥିକ ସହାୟତା ଦିଆଯାଇଥିଲା। ୨୦୨୨ ମସିହାରେ ୪୨୮ ପରିବାରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?